ବିଭିନ୍ନ ବିଭାଗରେ ୧୨୯୪ ଅଧିକାରୀଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେବ ନିଯୁକ୍ତି ପର୍ବ । ଏହି ପର୍ବରେ ୧୨୯୪ ଜଣ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗ ଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ ।

Middle post content

ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ

After 2nd paragraph post ads

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ôଥକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି । ଅର୍ଥ ବିଭାଗରେ ମୋଟ୍ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ୍ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତି କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ । ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ । ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରିତିରଞ୍ଜନ ଘଡ଼େଇ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଲ କୁମାର ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ୱତୀ ଏସ୍ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami