୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ନବ ଗଠିତ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦର ଲୋକେ

Above Post Content

ଭୁବନେଶ୍ୱର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ ।

ଓଡ଼ିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ

After 2nd paragraph post ads
Middle post content

୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି । ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି । ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ ।ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ । ନବଗଠିତ ବିଭିନ୍ନ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ । ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

୫ଟି ଅଧ୍ୟକ୍ଷଙ୍କୁ ଦେଲେ ଧନ୍ୟବାଦ

ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା ,ପୂର୍ବତନ ଏମପି ରବିନ୍ଦ୍ର ଜେନା , ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami