ରାଜ୍ୟରେ ପ୍ରତିଷ୍ଠା ହେବ ୫୪ ଆରଟିଓ କ୍ୟାମ୍ପ୍ ଅଫିସ୍‌

Above Post Content

ଭୁବନେଶ୍ୱର : ରାଜ୍ୟରେ ପ୍ରତିଷ୍ଠା ହେବ ୫୪ ଆରଟିଓ କ୍ୟାମ୍ପ୍ ଅଫିସ । ଆରଟିଓ ଭଳି କ୍ୟାମ୍ପ୍ ଅଫିସ୍‌ରେ ପରିବହନ ସମ୍ପର୍କିତ ସେବା ଉପଲବ୍ଧ ହେବ । ଫଳରେ ଜିଲ୍ଲା ମୁଖ୍ୟାଳୟ କିମ୍ବା ଆରଟିଓ କାର୍ଯ୍ୟାଳୟଠାରୁ ଦୂରରେ ରହୁଥିବା ଲୋକେ ସମସ୍ୟା ଭୋଗିବେ ନାହିଁ । ସେମାନଙ୍କ ଘର ପାଖରେ ଖୋଲିବ ଆରଟିଓ କ୍ୟାମ୍ପ୍ ଅଫିସ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ସମୁଦାୟ ୫୪ଟି କ୍ୟାମ୍ପ୍ ଅଫିସ୍ ଖୋଲାଯିବ । ଆରଟିଓ କାର୍ଯ୍ୟାଳୟରେ ଗହଳି ଏବଂ ଦୂରଦୂରାନ୍ତ ଅଞ୍ଚଳରେ ରହୁଥିବା ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ କମିଶନର କ୍ୟାମ୍ପ୍ ଅଫିସ୍ ଖୋଲିବା ପାଇଁ ପରିବହନ ବିଭାଗକୁ ପ୍ରସ୍ତାବ ଦେଇଥିଲେ । ଗତବର୍ଷ ସେପ୍ଟେମ୍ବର ମାସରେ ଏହି ପ୍ରସ୍ତାବକୁ ସରକାରଙ୍କ ମଞ୍ଜୁରୀ ମିଳିଥିଲା । ରାଜ୍ୟରେ ଯାନବାହନ ବିକ୍ରି ସହିତ ତତ୍‌ସମ୍ପର୍କିତ ସେବାର ଆବଶ୍ୟକତା ଢେର ବୃଦ୍ଧି ପାଇଛି । ଜନସାଧାରଣଙ୍କୁ ସମୟୋଚିତ ସେବା ଯୋଗାଇବା ମଧ୍ୟ ଏକାନ୍ତ ଜରୁରୀ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ୫୪ଟି ଆରଟିଓ କ୍ୟାମ୍ପ୍ ଅଫିସ୍ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

Middle post content

ଅନ୍‌ଲାଇନ ସେବା ଯୋଗୁ ଆରଟିଓରେ କମିଛି ଭିଡ଼

After 2nd paragraph post ads

ଗଞ୍ଜାମ ଜିଲ୍ଲାରେ ଆସିକା ଓ ବ୍ରହ୍ମପୁର, କଳାହାଣ୍ଡିରେ ଧର୍ମଗଡ଼, ମୟୂରଭଞ୍ଜରେ କରଞ୍ଜିଆ ଓ ବେତନଟୀ, ବଲାଙ୍ଗିରରେ କଣ୍ଟାବାଞ୍ଜି ଓ ଟିଟିଲାଗଡ଼, ସମ୍ବଲପୁରରେ ରେଢ଼ାଖୋଲ ଓ କୁଚିଣ୍ଡା, ଜଗତସିଂହପୁରର ପାରାଦ୍ୱୀପ, କଟକରେ ଆଠଗଡ଼ ଓ ନିଆଳିରେ କ୍ୟାମ୍ପ୍ ଅଫିସ୍ ଖୋଲିବ । ସେହିପରି କେନ୍ଦ୍ରାପଡ଼ାରେ ପଟ୍ଟାମୁଣ୍ଡାଇ, ଭଦ୍ରକରେ ଚାନ୍ଦବାଲି ଓ ଧାମରା, ଯାଜପୁରରେ କାଳିଆପାଣି ଓ କଳିଙ୍ଗନଗର, ବାଲେଶ୍ୱରରେ ନୀଳଗିରି ଓ ଜଳେଶ୍ୱର, କେନ୍ଦୁଝରରେ ଆନନ୍ଦପୁର ଓ ଚମ୍ପୁଆ, ସୁନ୍ଦରଗଡ଼ରେ ହେମଗିରି, ରାଉରକେଲାରେ ବଣାଇ, ରାଜଗାଙ୍ଗପୁର ଓ କୋଇଡ଼ା, ଅନୁଗୁଳରେ ଆଠମଲ୍ଲିକ, ତାଳଚେରରେ ପାଲଲହଡ଼ା ଓ ଏନ୍‌ଟିପିସି କଣିହା, ଢେଙ୍କାନାଳରେ କାମାକ୍ଷାନଗର, ଖୋର୍ଦ୍ଧାରେ ବାଲୁଗାଁ ଓ ବୋଲଗଡ଼, ନୟାଗଡ଼ରେ ଦଶପଲା ଏବଂ ଓଡ଼ଗାଁ, ପୁରୀରେ ନିମାପଡ଼ା ଓ କୋଣାର୍କ, ରାୟଗଡ଼ାରେ ଗୁଣୁପୁର, କାଶୀପୁର ଓ ମୁନିଗୁଡ଼ା, କୋରାପୁଟରେ ଜୟପୁର ଓ ସେମିଳିଗୁଡ଼ା, ଗଜପତିରେ ମୋହନାଠାରେ କ୍ୟାମ୍ପ୍ ଅଫିସ ଖୋଲିବ । ଅପରପକ୍ଷେ ମାଲକାନଗିରିରେ ମୋଟୁ ଓ ଚିତ୍ରକୋଣ୍ଡା, ଫୁଲବାଣୀରେ ବାଲିଗୁଡ଼ା ଓ ଜି. ଉଦୟଗିରି, ନୂଆପଡ଼ା, ନବରଙ୍ଗପୁରରେ ଉମରକୋଟ ଓ ଡାବୁଗାଁ, ବୌଦ୍ଧରେ କଣ୍ଟାମାଳ ଓ ଚାରିଛକ, ସୋନପୁରରେ ଡୁଙ୍ଗିରିପାଲି, ଝାରସୁଗୁଡ଼ାରେ ବ୍ରଜରାଜନଗର ଓ ଲଖନପୁର, ଦେବଗଡ଼ ଜିଲ୍ଲାର ରିଆମାଳରେ ଏପରି କ୍ୟାମ୍ପ୍ ଅଫିସ ଖୋଲାଯିବ ।  ଅନ୍‌ଲାଇନ୍‌ରେ ସବୁସେବା ଉପଲବ୍ଧ କରାଯାଇ ଥିବାରୁ ପୂର୍ବାପେକ୍ଷା ଆରଟିଓରେ ଭିଡ଼ ଯଥେଷ୍ଟ ହ୍ରାସ ପାଇଛି । ତଥାପି ଅନେକ ଲୋକ ଆରଟିଓ ଆସିବା ପାଇଁ ବାଧ୍ୟ ହେଉଛନ୍ତି । ତେବେ ଏଥିପାଇଁ ସେମାନଙ୍କୁ ବହୁଦୂର ପର୍ଯ୍ୟନ୍ତ ଯା’ ଆସ କରିବାକୁ ହେଉଛି । ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ କ୍ୟାମ୍ପ୍ ଅଫିସ ଖୋଲିବା ପାଇଁ ପଦକ୍ଷେପ ନେଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami