ସୁପ୍ରିମକୋର୍ଟଙ୍କ ରାୟ : ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତାକୁ ନା

Above Post Content

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି । ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି । କୋର୍ଟ ଆଇନ୍ ତିଆରି କରିପାରିବନି, କେବଳ ଆଇନ୍‌କୁ ବ୍ୟାଖ୍ୟା କରିପାରିବେ । ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର । ତେଣୁ ଏ ସଂକ୍ରାନ୍ତୀୟ ଆଇନ ପ୍ରଣୟନ ସଂସଦର ଅଧିକାର କ୍ଷେତ୍ର ବୋଲି ପ୍ରଧାନବିଚାରପତି ଜଷ୍ଟିସ୍ ଡି ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରମାନେ ସମଲିଙ୍ଗୀଙ୍କ ଲାଗି ଉଚିତ ପଦକ୍ଷେପ ଗ୍ରହଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

୫ଜଣିଆ ଖଣ୍ଡପୀଠ ମାମଲାର କରିଛନ୍ତି ଶୁଣାଣୀ

After 2nd paragraph post ads
Middle post content

ପ୍ରଧାନବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି । ଜଷ୍ଟିସ୍ ଏସ୍‌କେ କୌଲ, ଏସ୍‌ଆର୍ ଭଟ୍ଟ, ହିମା କୋହଲି ଓ ପିଏସ୍ ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ସମଲିଙ୍ଗୀ ବିବାହର ବୈଧୀକରଣ ମାମଲାର ୧୦ ଦିନ ଧରି ଶୁଣାଣି କରିବା ପରେ ଏହାର ରାୟ ସଂରକ୍ଷିତ ରଖିଥିଲେ । ଆବେଦନକାରୀମାନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି, ରାଜୁ ରାମଚନ୍ଦ୍ରନ, କେଭି ବିଶ୍ୱନାଥନ, ଆନନ୍ଦ ଗ୍ରୋଭର ଓ ସୌରଭ କିରପାଲ ଯୁକ୍ତି ଉପସ୍ଥାପନ କରିଥିଲେ । ଏହି ସାମ୍ବିଧାନିକ ଖଣ୍ଡପୀଠ ୨୦ଟି ପିଟିସନର ଶୁଣାଣି ପରେ ମେ ମାସରେ ରାୟ ସଂରକ୍ଷିତ ରଖିଥିଲେ ।

ସମଲିଙ୍ଗୀ ସମ୍ପର୍କ ଅପରାଧ ନୁହେଁ

ଅନେକ ଦେଶରେ ସମଲିଙ୍ଗୀ ବିବାହ ସ୍ୱୀକୃତିପ୍ରାପ୍ତ ହୋଇଥିବା ବେଳେ ଅନେକ ଦେଶରେ ଏହାକୁ ଅପରାଧ ବର୍ଗରେ ରଖାଯାଉଛି । ସମଲିଙ୍ଗୀ ସମ୍ପର୍କ ଭାରତରେ ଅପରାଧ ନୁହେଁ । ୨୦୧୮ ମସିହାରେ ସୁପ୍ରିମକୋର୍ଟ ସମଲିଙ୍ଗୀ ସଂପର୍କ ଅପରାଧ ନୁହେଁ ବୋଲି ରାୟ ଦେଇଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami