ରାଜ୍ୟରେ ଗଠନ ହେଲା ୨୨ଟି ନୂଆ ଏନଏସି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିଛନ୍ତି । ଏଥିସହିତ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସିର ମାନ୍ୟତା ପ୍ରଦାନ କରାଯାଇଛି ।

ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଆଯାଇଛି ନିଷ୍ପତ୍ତି

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ଗତ ମାସ ରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ ଟି ନୂଆ ମ୍ୟୁନିସିପାଲିଟି ଗଠନ ବିଷୟ ଘୋଷଣା କରିଥିଲେ ।

22 new NAC22 new NAC in the statecm announces 22 new NAC
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami