ବଡପଡାରେ ନୂତନ ଅତ୍ୟାଧୁନିକ ଶିକ୍ଷା ସୌଧର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବଡପଡାରେ ନୂତନ ଅତ୍‌୍ୟାଧୁନିକ ଶିକ୍ଷା ସୌଧର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ ବା ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ । ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରେ ହଜାରେରୁ ଅଧିକ ପିଲା ପାଠ ପଢି ପାରିବେ । ଭବିଷ୍ୟତ ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବାକୁ ଏଥିରେ ସମସ୍ତ ଆଧୁନିକ ସୁବିଧା ସୁଯୋଗ ରହିଛି । ସ୍ମାର୍ଟ କ୍ଲାସ ରୁମ, ୩ ହଜାର ପୁସ୍ତକ ବିଶିଷ୍ଟ ଇ-ଲାଇବ୍ରେରୀ, ଟ୍ରାଇବାଲ କର୍ଣ୍ଣର, କୁନି ପିଲାଙ୍କ ଆକ୍ଟିଭିଟି ରୁମ, ଏନସିସି ପ୍ରକୋଷ୍ଠ, କମ୍ପ୍ୟୁଟର ଲ୍ୟାବ, ଓଉଞ ସ୍ମାର୍ଟ ଲର୍ଣ୍ଣିଂ ସେଣ୍ଟର, ବିଜ୍ଞାନ ପରୀକ୍ଷାଗାର ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପସନ୍ଦ ମାଲକାନଗିରି

ଏହାଛଡ଼ା ୨୦୦ ଆସନ ବିଶିଷ୍ଟ ଛାତ୍ରାବାସ, ୫୦୦ ଆସନ ବିଶିଷ୍ଟ ଛାତ୍ରୀନିବାସ, ଆମ୍ପିଥିଏଟର. ସୁଦୃଶ୍ୟ ବଗିଚା, ସ୍ପୋର୍ଟ୍ସ କୋର୍ଟ, ଓପନ ଜିମ୍‌, ସୋଲାର ଲାଇଟିଂ, ସୋଲାର ୱାଟର ସପ୍ଲଏ ଆଦି ଅନେକ ବ୍‌ଯବସ୍ଥା ରହିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ ହୋଇ ରହିଆସିଛି । ଟଙ୍କିକିଆ ଚାଉଳ ହେଉ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଉ ବା ଲକ୍ଷ୍ମୀ ଯୋଜନା- ସବୁ କାର୍ଯ୍ୟକ୍ରମ ଏହିଠାରୁ ହିଁ ଆରମ୍ଭ କରାଯାଉଛି । ବଡପଡା ଶିକ୍ଷା ସୌଧ ପାଇଁ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପିଲାମାନଙ୍କ ପାଠ ପଢାର ସୁବିଧା ତଥା ସେମାନଙ୍କ ବ୍ୟକ୍ତିତ୍ୱର ବିକାଶ ପାଇଁ ଏହି ଅନୁଷ୍ଠାନ ଗଢା ଯାଇଛି । ଏହି ସବୁ ସୁବିଧା ସହରର କୌଣସି ଆଧୁନିକ ଶିକ୍ଷା ଅନୁଷ୍ଠାନର ସୁବିଧାଠାରୁ କମ୍ ନୁହେଁ ।

ସ୍ୱାଭିମାନ ଅଞ୍ଚଳରେ ପ୍ରତିଷ୍ଠା ହେବ ଦକ୍ଷତା ବିକାଶ କେନ୍ଦ୍ର

ସ୍ୱାଭିମାନ ଅଞ୍ଚଳର ପିଲାମାନେ ଏହାର ସୁଯୋଗ ନେଇ ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବେ ବୋଲି ସେ ଆଶା ରଖିଛନ୍ତି । ୫ଟି ଉପକ୍ରମରେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ମନରେ ବଡ ହେବା ପାଇଁ ଆତ୍ମବିଶ୍ୱାସ ସୃଷ୍ଟି କରିଛି । ଅନୁସୂଚିତ ଜାତି ଓ ଜନଜାତି ପିଲାମାନେ ପାଠପଢାଠାରୁ ଖେଳ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି । କାର୍ଯ୍ୟକ୍ରମରେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ ଆଗାମୀ ଦିନରେ ସ୍ୱାଭିମାନ ଅଞ୍ଚଳରେ ଏକ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରାଯିବ । ଏହା ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳର ଯୁବଗୋଷ୍ଠୀ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ପାଇବେ ।

cm innagurate education hubeducation hub at malkangiri
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami