୫ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମବାର ୫ଟି ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର, କେନ୍ଦୁଝର ଜିଲ୍ଲା ଯୋଡାରେ ୨୫୮.୭୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ କିଲୋମିଟର ବିଶିଷ୍ଟ ଓଡିଶାର ଦୀର୍ଘତମ ଫ୍ଲାଏ-ଓଭର ବ୍ରିଜ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଖୋର୍ଦ୍ଧା ଜିଲ୍ଲା ଜଟଣୀ କୁଦିଆରିରେ ୧୦୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭୬୨ ମିଟର ଦୈର୍ଘ୍ୟ ବିଶିଷ୍ଟ ରେଳ ଓଭର-ବ୍ରିଜ, ଆଠମଲ୍ଲିକ-ଧଳପୁର ରାସ୍ତାରେ ମହନଦୀ ଉପରେ ୧୫୯.୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ସେତୁ, ରାକଡୋର-ଫସାଦ ରାସ୍ତାରେ ତେଲ ନଦୀ ଉପରେ ୪୫.୮୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ସେତୁ ଓ ୭୧.୫୯ କୋଟି ଟଙ୍କା ବ୍ୟୟରେ ବୌଦ୍ଧ-ମର୍ଯ୍ୟାକୁଦ ସଂଯୋଗିକରଣ ରାସ୍ତାରେ ମହାନଦୀ ଉପରେ ସେତୁର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ

କଟକ ଜିଲ୍ଲା ନେମାଳଠାରେ ୨୫ କୋଟି ଟଙ୍କା ବ୍ୟୟ ଅଟକଳରେ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ୩୨.୧୪ କୋଟି ଟଙ୍କା ବ୍ୟୟ ଅଟକଳରେ ଖୋର୍ଦ୍ଧା ମା’ ଉଗ୍ରତାରା ଶକ୍ତିପୀଠର ଉନ୍ନତିକରଣ କାର୍ଯ୍ୟ, ୧୫୫.୭୨ କୋଟି ଟଙ୍କା ବ୍ୟୟ ଅଟକଳରେ ବୌଦ୍ଧ ଜିଲ୍ଲାର ବାଉଁଶୁଣୀ-ବୀରମହାରାଜପୁର ସଂଯୋଗୀକରଣ ରାସ୍ତାରେ ମହାନଦୀ ଉପରେ ୧୭୩୮ ମିଟର ଦୈର୍ଘ୍ୟ ବିଶିଷ୍ଟ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଏହି ଅବସରରେ ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ, ଏହାର ସୁରକ୍ଷା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଉନ୍ନୟନ କାମରେ ସହଯୋଗ ପାଇଁ ସ୍ଥାନୀୟ ଲୋକଙ୍କୁ ୫ଟି ଅଧ୍ୟକ୍ଷ ଧନ୍ୟବାଦ ଜଣାଇଛନ୍ତି ।

cm inaugurated various projects in 5 districtsCM nabin pattanaik inaugurated various projectsinaugurated various projects
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami