ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: କନ୍ଧମାଳ ଜିଲା ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ସେ କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି । ବିରୋଧୀ ଦଳଙ୍କୁ ସିଧା ସଳଖ ଟାର୍ଗେଟ କରି ସେ କହିଲେ ଯେ ଏଭଳି ଜନସମାବେଶ ଦେଖି ବିରୋଧୀ ଦଳର ହୋସ୍ ଉଡ଼ିବା ସହ ଆତ୍ମବିଶ୍ୱାସ ବି ହରାଉଛି । ବର୍ଷକ ତଳେ ପଞ୍ଚାୟତ ନିର୍ବାଚନରେ ସବୁ ଜିଲ୍ଲାରେ ହାରିଥିଲେ, ତେଣୁ ତାଙ୍କ ମନୋବଳ ପୁରା ଭାଙ୍ଗି ଯାଇଛି । ତାଙ୍କ ପାଖରେ କହିବାକୁ କିଛି ନାହିଁ, ତେଣୁ ମିଛ କହିବା ଆରମ୍ଭ କରିଛନ୍ତି, ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଅପପ୍ରଚାର କରୁଛନ୍ତି ।

ବିଜେଡି ଲିଷ୍ଟକୁ ଚାହିଁ ବସିଛି ବିଜେପି

ବିରୋଧି କହୁଛନ୍ତି ବିଧାନସଭାରେ ୧୨୦ ଓ ଲୋକସଭାରେ ୧୬ ଆସନରେ ଜିତିବେ । କିନ୍ତୁ ଦେଖିଲା ବେଳକୁ ପ୍ରାର୍ଥୀ ଦେବାପାଇଁ ବିଜେପି ପାଖରେ ଲୋକ ନାହାନ୍ତି । ବିଜେଡି ଲିଷ୍ଟକୁ ଚାହିଁ ବସିଛନ୍ତି । ବିଜେଡି ତାଲିକା ପ୍ରକାଶ ପରେ ନିଜର ତାଲିକା ବାହାର କରୁଛନ୍ତି । ଓଡିଶାରେ ଡବଲ ଇଞ୍ଜିନ, ସିଙ୍ଗଲ ଇଞ୍ଜିନର କିଛି ମୂଲ୍ୟ ନାହିଁ । ଓଡିଶାରେ ଗୋଟିଏ ଇଞ୍ଜିନ – ସେ ହେଉଛି ନବୀନ ଇଞ୍ଜିନ । ନବୀନ ଇଞ୍ଜନର ଶକ୍ତି ବହୁତ ଅଧିକ, କେବେ ବି ଖରାପ ହେବ ନାହିଁ । ସେମାନେ ବର୍ଷକୁ ୨ କୋଟି ଚାକିରୀ ଦେବେ ବୋଲି କହିଥିଲେ, କୁଆଡେ ଗଲା ଚାକିରି ପ୍ରତିଶ୍ରୁତି ? ପେଟ୍ରୋଲ, ଡିଜେଲ, ଗ୍ୟାସ ଦର କମେଇବେ ବୋଲି କହିଥିଲେ । ହିସାବ ଦେବାକୁ ସେମାନଙ୍କ ଦମ୍ ନାହିଁ । ଆମର ଦମ୍ ଅଛି ଲୋକଙ୍କୁ ଆମେ ସବୁବେଳେ ହିସାବ ଦେଇଚାଲିଛୁ ।

ବାଲିଗୁଡାରେ ୩୩୫ କୋଟି ଟଙ୍କାର କାମ ଚାଲିଛି

ଜନଜାତିଙ୍କ ସଂଗୃହୀତ ଜଙ୍ଗଲଜାତ ଦ୍ରବ୍ୟ ସରକାର କିଣିବା ପାଇଁ ‘ଲାଭ‘ ଯୋଜନା କରିଛନ୍ତି । ଆପଣମାନେ ସମସ୍ତେ ସର୍ବନିମ୍ନ ସହାୟକ ମୂଲ୍ୟ ପାଇବେ । କେହି ଆପଣଙ୍କୁ ଠକି ପାରିବେ ନାହିଁ । ବାଲିଗୁଡାରେ ୩୩୫ କୋଟି ଟଙ୍କାର କାମ ଚାଲିଛି । ଜଗନ୍ନାଥ ମନ୍ଦିର, ପାଟଖଣ୍ଡା ମନ୍ଦିର ଓ ଧବଳେଶ୍ୱର ଶିବ ମନ୍ଦିର ପାଇଁ ୨ କୋଟି ୫୦ ଲକ୍ଷ ଟଙ୍କା । ବସ୍ତିଙ୍ଗିଆ ଚର୍ଚ୍ଚ ନିର୍ମାଣ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ବାରଖମା, କଞ୍ଜାମେଣ୍ଡିରେ ଖ୍ରୀଷ୍ଟିଆନ ମାଇନରିଟି ସେଣ୍ଟର ପାଇଁ ସହାୟତା ଦିଆଯାଇଛି । ବାଲିଗୁଡା-ମାଡିନତା ସ୍ଥାନୀୟ ନାଳ ଉପରେ ହାଇଲେବୁଲ ସେତୁ ପାଇଁ ୬ କୋଟି ଟଙ୍କା, ବାଲିଗୁଡା-ବାରଖମା-ଖମଣଖୋଳ-ସିନ୍ଧିଗୁଡା ରାସ୍ତାରେ ହାଇଲେବୁଲ ସେତୁ ପାଇଁ ୫.୭୦ କୋଟି ଟଙ୍କା, ବାଲୁଗୁଡା-ବୁଦାଗୁଡା ରାସ୍ତାର ଉନ୍ନତି ପାଇଁ ୪୫ କୋଟି ଟଙ୍କା, ପିଡାମାହା-ଡୁଡୁମିଲା ରାସ୍ତାର ଉନ୍ନତିକରଣ ଓ ସେତୁ ନିର୍ମାଣ ପାଇଁ ୧୯.୫୦ କୋଟି ଟଙ୍କା, ଗୁମୁଡୁମାହା-ଲହାଡି ରାସ୍ତା ଉନ୍ନତିକରଣ ଓ ସେତୁ ନିର୍ମାଣ ପାଇଁ ୧୧.୫୦ କୋଟି ଟଙ୍କା ଏବଂ ଲୁଡୁ ଜଳପ୍ରପାତ ଓ ସର୍ପନଳା ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୧.୨୦ କୋଟି ଟଙ୍କାର କାମ ଚାଲିଥିବା ଶ୍ରୀ ପାଣ୍ଡିଆନ କହିଥିଲେ ।

kartik pandiankartik pandian at baligudakartik pandian vigorous-campaigning
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami