କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ ଙ୍କ ଦରମା ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯେଉଁ ଶିକ୍ଷକମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ ।

ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଏବେ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି । ତେଣୁ ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ ।

junior teachers salary increasedMonthly salary of odisha junior teacher increasedodisha junior teacher
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami