ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର: ଏଥର କୁମାର ପୂର୍ଣ୍ଣିମାରେ ପଡ଼ୁଛି ଚନ୍ଦ୍ରଗ୍ରହଣ । ୨୮ ତାରିଖରେ ପଡୁଛି କୁମାର ପୂର୍ଣ୍ଣିମା । ଏହି ଦିନ ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଗ୍ରହଣର ଅବଧି ହେଉଛି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ସମୟ ହେଉଛି ରାତ୍ରୀ ୨ଟା ୨୪ ମିନିଟ୍ ୨ ସେକେଣ୍ଡ । । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ ଓ ଦେବନୀତି ନିଷିଦ୍ଧ ରହିବ ।

ଜାଣନ୍ତୁ କେଉଁ ସମୟରେ କରିବେ ଚାନ୍ଦ ପୂଜା

କୁମାର ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଚନ୍ଦ୍ରପୂଜା ଏବଂ ଆଞ୍ଜୁଳି ଟେକିବାକୁ ନେଇ ଦ୍ୱନ୍ଦ ଲାଗି ରହିଛି । ତେବେ ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଅପରାହ୍ନ ୪ ପୂର୍ବରୁ ଚାନ୍ଦ ପୂଜା କରାଯିବ । ସକାଳ ୫ ଟାରୁ ୫.୩୦ ମଧ୍ୟରେ ଆଞ୍ଜୁଳି ଟେକିବା ସମୟ ରହିଛି । ସେହିପରି ଅପରାହ୍ନ ୪ ପୂର୍ବରୁ ଚାନ୍ଦ ପୂଜା କରିବାର ମୂହୁର୍ତ୍ତ ରହିଛି । ସେହିପରି କୁମାରପୂର୍ଣ୍ଣିମାର ଠିକ୍ ପରଦିନ ହବିଷ୍ୟାଳୀମାନେ ବ୍ରତ ସଙ୍କଳ୍ପ କରିବେ ଓ ସେହିଦିନ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ଚାରି ଆଶ୍ରମ ବିଜେ କରିବେ ।

ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି

ଗ୍ରହଣ ସ୍ପର୍ଶ ହେବା ମାତ୍ରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ , ଦ୍ୱିତୀୟରେ ଅଙ୍ଗିରା, ତୃତୀୟରେ ଭୃଗୁ ଏବଂ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ । ନୀତି ସବକମିଟି ବୈଠକରେ ଗ୍ରହଣକୁ ନେଇ ଆଲୋଚନା ହୋଇଛି । ସେବାୟତମାନେ ନୀତି ଶୃଙ୍ଖଳିତ କରିବାକୁ ପରାମର୍ଶ ଦିଆଯାଇଛି ।

chanda pujaknow when to perform chand poojakumar purnima usthabamoon eclipse in kumar purnimamoon eclipse in kumar purnima know when to perform chand pooja
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami