ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମଧୁବାବୁଙ୍କ ଜନ୍ମସ୍ଥାନରେ ପ୍ରସ୍ତାବିତ ଜନସଭାରେ ଏମ୍‌ପି ରାହୁଲ ଗାନ୍ଧୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଭକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଲୋକ ସଭା ଏବଂ ବିଧାନସଭା କ୍ଷେତ୍ରରେ କିପରି ପ୍ରଭାବୀ ଢଙ୍ଗରେ ପ୍ରଚାର କରାଯିବ ତା’ର ରଣକୌଶଳ ସ୍ଥିର କରାଯାଇଥିଲା ।

ଶ୍ରୀକ୍ଷେତ୍ର ଧାମରୁ ଆରମ୍ଭ ହେବ ପ୍ରଚାର

ଜାତୀୟ କଂଗ୍ରେସର ୫ଟି ନ୍ୟାୟ ଓ ୨୫ଟି ଗ୍ୟାରେଣ୍ଟି ଏବଂ ରାଜ୍ୟ କଂଗ୍ରେସର ୯ଟି ଗ୍ୟାରେଣ୍ଟି କିପରି ସାଧାରଣ ମତଦାତାଙ୍କ ନିକଟରେ ପହଞ୍ଚିବ ସେନେଇ ଆଲୋଚନା ହୋଇଛି । ଶ୍ରୀକ୍ଷେତ୍ର ଧାମରୁ ରାଜ୍ୟର ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ପ୍ରଚାର ଆରମ୍ଭ କରାଯିବ । ଏହି ପ୍ରଚାର ଅଭିଯାନ ୧୪୭ ବିଧାନସଭା ଓ ୨୧ ଲୋକ ସଭା କ୍ଷେତ୍ରରେ ପହଞ୍ଚିିବ । ଆସନ୍ତା ୨୮ରେ ମଧୁବାବୁଙ୍କ ଜନ୍ମସ୍ଥାନରେ ପ୍ରସ୍ତାବିତ ଜନସଭାରେ ଏମ୍‌ପି ରାହୁଲ ଗାନ୍ଧୀ ସମ୍ବୋଧନ କରିବେ । ବୁଥ୍‌ସ୍ତରରେ ଓଡ଼ିଶା କଂଗ୍ରେସ ୯ଟି ଗ୍ୟାରେଣ୍ଟିିକୁ ଘରେ ଘରେ ପହଞ୍ଚାଇବା ପାଇଁ ରଣକୌଶଳ ପ୍ରସ୍ତୁତ କରାଯାଇଥିଲା ।

congerss leader rahul gandhicongress mp rahul gandhirahul gandhi will come to odisha on 28th
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami