ସାମ୍ବାଦିକାଙ୍କୁ ମାଡ ମାମଲାରେ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଥିବା ଫିଲ୍ମ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ । ଆଉ ଆଜି ଏସଡିଜେଏମ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି । ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଓ ଅସଦାଚରଣ କରିବା ଅଭିଯୋଗରେ ଟୁଟୁ ନାୟକଙ୍କୁ ଖାରବେଳନଗର ଥାନା ପୋଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା । ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲା ।

ସାମ୍ବାଦିକାଙ୍କୁ କରିଥିଲେ ଅସଦାଚରଣ

ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ।‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ୱାତି କମ୍ପେ୍ଲକ୍ସ ଭିତରେ ଏହି ଘଟଣା ଘଟିଥିଲା । ଫିଲ୍ମର ପ୍ରିମିୟର ସୋ’ର ଖବର ସଂଗ୍ରହ ପାଇଁ ସାମ୍ବାଦିକମାନେ ଶ୍ରୀୟା, ସ୍ୱାତୀ ହଲ୍‌କୁ ଯାଇଥିଲେ । ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଟୁଟୁ ହଲ୍‌ରୁ ବାହାରି ଯାଉଥିବା ସମୟରେ ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ଚାପୁଡ଼ା ମାରିବା ସହ ଅସଦାଚରଣ, ଗାଳିଗୁଲଜ କରିଥିବା ନେଇ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା । ଆଉ ଘଟଣାର ତଦନ୍ତ କରି ଟୁଟୁଙ୍କୁ ଖାରବେଳନଗର ଥାନା ପୋଲିସ ଗିରଫ କରିଥିଲା ।

film producer tutu nayakodia film producersdjm court grants bail to film producer tutu nayak
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami