୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛି ଆଉ ଏକ ନୂଆ ଫର୍ଦ୍ଦ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ କରିଛନ୍ତି । ଏଥିସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଉଦ୍‌ଘାଟିତ ହୋଇଥିବା ଟିଚିଂ ହସ୍‌ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ୍ ଏବଂ ହସ୍‌ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍‌ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ୍ କଲେଜ୍ ଏବଂ ହସ୍‌ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀ ଧର ମେଡିକାଲ୍ କଲେଜ୍ ଏବଂ ହସ୍‌ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ୍ କଲେଜ୍ ଏବଂ ହସ୍‌ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍‌ପିଟାଲ, ରାଉରକେଲା ସରକାରୀ ହସ୍‌ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

୫ଟି ମେଡିକାଲ କଲେଜ ହସ୍‌ପିଟାଲରେ ଯୋଡି ହେଲା ୨,୯୫୦ ଶଯ୍ୟା

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଦିନଟି ଓଡିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଷ୍ଟୋନ ହୋଇ ରହିବ । ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ ହସ୍‌ପିଟାଲରେ ୨,୯୫୦ ଶଯ୍ୟା ଯୋଡି ହେଲା । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି । ବଲାଙ୍ଗିରରୁ ବାରିପଦା, ସୁନ୍ଦରଗଡରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଏହା ଦ୍ୱାରା ଉପକାର ପାଇବେ । ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି । ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ । ଦିନ ଥିଲା ଓଡିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା । ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢି ଉଠିଛି । ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି । ପ୍ରତି ବର୍ଷ ଡାକ୍ତର ଓ ପାରାମେଡିକ୍ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି । ଆଗରୁ ବର୍ଷକୁ ମାତ୍ର ୩୨୧ ଜଣ ଏମ.ବି.ବି.ଏସ୍‌. ଡାକ୍ତର ଓ ୨୫୪ ଜଣ ସ୍ପେଶିଆଲିଷ୍ଟ ବାହାରୁ ଥିଲେ । ଏବେ ୨୫୨୫ ଏମ.ବି.ବି.ଏସ୍‌. ଡାକ୍ତର ଓ ୯୭୨ ସ୍ପେଶିଆଲିଷ୍ଟ ବାହାରୁଛନ୍ତି ।

ସବୁ ପରିବାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡରେ ହେବେ ଅନ୍ତର୍ଭୁକ୍ତ

କାର୍ଯ୍ୟକ୍ରମକୁ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଚାଳନା କରିଥିଲେ । ଏ ସବୁ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ସେ କହିଥିଲେ ଯେ ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ବଲପୁରଠାରୁ ଶୁଭାରମ୍ଭ କରିବେ । ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେମାନେ ଯେଉଁ ପ୍ରସ୍ତାବ ଓ ଅଭିଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ତାହା ଗ୍ରହଣ କରିଛନ୍ତି । ଖୁବ୍ ଶୀଘ୍ର ତାହା କାର୍ଯ୍ୟକାରୀ ହେବ ।

cm inaugurated the teaching hospital of 5 medical collegesinaugurated the teaching hospital of 5 medical colleges
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami