ହାଇକୋର୍ଟରୁ ମିଳିଲା ଜାମିନ୍‌: ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା

Above Post Content

କଟକ: ଖୁବ୍‌ଶୀଘ୍ର ଜେଲରୁ ମୁକୁଳିବେ ବହୁଚର୍ଚ୍ଚିତ ବ୍ଲାକମେଲର ଲେଡି ଅର୍ଚ୍ଚନା ନାଗ । ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ଜାମିନ । ଇଡି ପକ୍ଷରୁ କରାଯାଇଥିବା ମାମଲାରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି । ପୂର୍ବରୁ ସେ ଅନ୍ୟ ଦୁଇଟି ମାମଲାରେ ଜାମିନ ପାଇଛନ୍ତି । ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ମିଳିସାରିଥିଲା । ଏବେ ଇଡି ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ କରିଥିବାରୁ ଅର୍ଚ୍ଚନା ଖୁବଶୀଘ୍ର ଜେଲରୁ ମୁକୁଳିପାରନ୍ତି ।

ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇଥିଲେ ଅର୍ଚ୍ଚନା

After 2nd paragraph post ads
Middle post content

ରାଜଧାନୀର ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିଲା । ଏହି ମାମଲା ସମଗ୍ର ରାଜ୍ୟର ଆଲୋଡ଼ନ ବିଷୟ ପାଲଟିଥିଲା । ଏନେଇ ଅଭିଯୋଗ ହେବା ପରେ ଅର୍ଚ୍ଚନା ନାଗ ଚମ୍ପଟ ମାରିଥିଲା । ପରବର୍ତ୍ତୀ ସମୟରେ ଅର୍ଚ୍ଚନାକୁ ଗିରଫ କରିଥିଲା କମିଶନରେଟ୍ ପୋଲିସ୍ । ଏଥିସହ ତାଙ୍କ ସ୍ୱାମୀ ଜଗବନ୍ଧୁ ଓ ବନ୍ଧୁ ଖଗେଶ୍ୱରଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରି ଝାରପଡ଼ା ଜେଲ୍ ପଠାଇ ଦେଇଥିଲା ।

ଏହି ଘଟଣା ରାଜ୍ୟ ରାଜନୀତିରେ କରିଥିଲା ହଇଚଇ

ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିବା ଏହି ହାଇପ୍ରୋଫାଇଲ୍ ମାମଲାରେ ବହୁ ବଡ଼ବଡ଼ୁଆଙ୍କ ସମ୍ପୃକ୍ତି ରହିଥିବା ଅଭିଯୋଗ ହୋଇଥିଲା । ରାଜନେତାଙ୍କ ସହିତ ଅର୍ଚ୍ଚନା ନାଗଙ୍କ ଫଟୋ ଭାଇରାଲ୍ ହେବା ପରେ ରାଜ୍ୟ ରାଜନୀତିରେ ଝଡ଼ସୃଷ୍ଟି ହୋଇଥିଲା । ସେପଟେ ଅର୍ଚ୍ଚନା କୋର୍ଟରେ ହାଜର ବେଳେ ବଡ଼ବଡ଼ ରାଜନେତାଙ୍କ ମୁଖା ଖୋଲିବେ ବୋଲି ଗର୍ଜନ କରୁଥିଲେ । ହେଲେ ଆଜି ପର୍ଯ୍ୟନ୍ତ ଖୋଲିଲେ ନାହିଁ । ଯେଉଁଥିପାଇଁ ଆଜି ପର୍ଯ୍ୟନ୍ତ ଖୋଲିଲା ନାହିଁ ମହା ଠକେଇ ରାଜ୍ । ଏହି ମାମଲାରେ ପୂର୍ବରୁ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ୍ ମିଲିଥିଲା । ତା’ପରେ ସେ ଜେଲ୍‌ରୁ ବାହାରିଥିଲେ । ଏବେ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଲା । ସ୍ୱାମୀଙ୍କ ପରେ ପରେ ଅର୍ଚ୍ଚନା ଜେଲ୍‌ରୁ ବାହାରିବେ ବୋଲି ଚର୍ଚ୍ଚା ହେଉଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami