ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ଯାଏଁ ସର୍ବସାଧାରଣ ଦର୍ଶନ

Above Post Content

ପୁରୀ: ଆସନ୍ତାକାଲି ଅର୍ଥାତ ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ରାତି ୯ଟା ପରେ ଦର୍ଶନ ସ୍ୱାଭାବିକ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Middle post content

ବନକଲାଗି ହେଉଛି ମହାପ୍ରଭୁଙ୍କର ଗୁପ୍ତ ନୀତି

After 2nd paragraph post ads

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami