୫ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିଲା ଭାରତ ରତ୍ନ ସମ୍ମାନ

Above Post Content

ନୂଆଦିଲ୍ଲୀ : ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଥର ପାଞ୍ଚ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ, ଚୌଧୁରୀ ଚରଣ ସିଂହ, ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି ।

Middle post content

ଅସୁସ୍ଥ ଥିବାରୁ ଆଡଭାନୀଙ୍କୁ ଘରେ କରାଯିବ ସମ୍ମାନିତ

After 2nd paragraph post ads

ସେହିପରି ବିଜେପିର ବରିଷ୍ଠ ତଥା ପାୱାରଫୁଲ ନେତା ଭାବରେ ବିବେଚିତ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ତେବେ ଅସୁସ୍ଥ ଥିବାରୁ ଆସନ୍ତାକାଲି ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ । ମିଳିଥିବା ସୂଚନା ଅନୁସାରେ, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବ । ତେବେ ଶନିବାର ରାଷ୍ଟ୍ରପତି ଭବନରେ ଭାରତ ରତ୍ନ ସମାରୋହରେ କିଛି ସ୍ୱତନ୍ତ୍ର ଅତିଥି ଉପସ୍ଥିତ ଥିଲେ । ଏଥିରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଉପସ୍ଥିତ ରହି ନିଜ ପିତାଙ୍କ ସମ୍ମାନ ଗ୍ରହଣ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami