ପ୍ରଚଣ୍ଡ ଖରାରେ ପିଲାଙ୍କୁ ନିର୍ବାଚନ ପ୍ରଚାରରେ ବୁଲାଉଛନ୍ତି ଅପରାଜିତା

Above Post Content

ଭୁବନେଶ୍ୱର : ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ଜଣେ ଶିକ୍ଷିତ ମହିଳା ହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନର ଅଣଦେଖା କରୁଛନ୍ତି । ଯାହାକୁ ନେଇ ପୁଣିଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧିଦଳ ।

Middle post content

କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

After 2nd paragraph post ads

ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି । ଢୁ ଢୁ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ବହୁବାର ଅଭିଯୋଗ ପରେ ବି ଅପରାଜିତା କିଛି ଶୁଣୁ ନାହାନ୍ତି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି । କିଛିଦିନ ତଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରେ ଅପରାଜିତା ପ୍ରଚାର କରିବା ବେଳେ ଛୋଟପିଲାଙ୍କ ବେକରେ ବିଜେପି ଉତ୍ତରୀୟ ପକାଇ ବୁଲାଇଥିଲେ । ନିର୍ବାଚନରେ ଛୋଟପିଲାଙ୍କୁ ବ୍ୟବହାର କରିବା ସମ୍ପୂର୍ଣ୍ଣ ମନା । କିନ୍ତୁ ଅପରାଜିତା ଷଡ଼ଙ୍ଗୀ ଛୋଟପିଲାଙ୍କୁ ନିର୍ବାଚନ ପ୍ରଚାରରେ ବାରମ୍ବାର ବ୍ୟବହାର କରୁଛନ୍ତି । ଦୁଇଦିନ ତଳେ ଜଟଣୀ ଅଞ୍ଚଳରେ ଏଭଳି ଦେଖିବାକୁ ମିଳିଥିଲା । ଅପରାଜିତା ପିଲାଙ୍କୁ ଉତ୍ତପ୍ତ ଖରାରେ ନିର୍ବାଚନ ପ୍ରଚାରରେ ବୁଲାଇଥିଲେ । ଯାହାର ଫଟୋ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡି ପ୍ରଦାନ କରିଛି । ତେଣୁ ଅପରାଜିତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami