ଖରାରେ ଛୁଆଙ୍କୁ ରାଲିରେ ବୁଲାଇଲେ ଅପରାଜିତା

Above Post Content

ଭୁବନେଶ୍ୱର : ସୁଧୁରୁ ନାହାନ୍ତି ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ଅପରାଜିତା । ଜଣେ ଶିକ୍ଷିତ ମହିଳା ହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନ ଅଣଦେଖା କରି ଚାଲିଛନ୍ତି । ଯାହାକୁ ନେଇ ଆଜି ପୁଣିଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧିଦଳ ।

Middle post content

ବିଜେପି ପ୍ରାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

After 2nd paragraph post ads

ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି । ଢୁ ଢୁ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ବହୁବାର ଅଭିଯୋଗ ପରେ ବି ଅପରାଜିତା ତାଙ୍କ ଅଭ୍ୟାସ ବଦଳାଉ ନାହାନ୍ତି । ପଦ୍ମକେଶରୀପୁରରେ ବିଜେପିର ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଖୋଲା ଖୋଲି ଆଚରଣ ବିଧି ଉଲଂଘନ କରିଥିବା ବିଜେଡି ଅଭିଯୋଗ କରିଛି । ଚେୟାର ଫିଲପ କରିବା ପାଇଁ ଛୋଟ ପିଲାଙ୍କୁ ବ୍ୟବହାର କରାଯାଉଛି । ରାଲିରେ ବୁଲା ଯାଉଛି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି । କିଛିଦିନ ତଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରେ ଅପରାଜିତା ପ୍ରଚାର କରିବା ବେଳେ ଛୋଟପିଲାଙ୍କ ବେକରେ ବିଜେପି ଉତ୍ତରୀୟ ପକାଇ ବୁଲାଇଥିଲେ । ନିର୍ବାଚନରେ ଛୋଟପିଲାଙ୍କୁ ବ୍ୟବହାର କରିବା ସମ୍ପୂର୍ଣ୍ଣ ମନା । କିନ୍ତୁ ଅପରାଜିତା ଷଡ଼ଙ୍ଗୀ ଛୋଟପିଲାଙ୍କୁ ନିର୍ବାଚନ ପ୍ରଚାରରେ ବାରମ୍ବାର ବ୍ୟବହାର କରୁଛନ୍ତି । କେବଳ ଅପରାଜିତା ନୁହନ୍ତି ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ , ବୈଜୟନ୍ତ ପଣ୍ଡା ମଧ୍ୟ ବାରମ୍ବାର ଆଚରଣ ବିଧି ଉଲଂଘନ କରି ଆସୁଛନ୍ତି । ଏହି ସମ୍ବେଦନଶୀଳ ଘଟଣାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ସ୍ୱତନ୍ତ୍ର ଗାଇଡ଼ଲାଇନ ଆଣିବାକୁ ଅନୁରୋଧ କରିଛନ୍ତି ବିଜେଡି ପ୍ରତିନିଧି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami