ନିର୍ମାଣ ଶ୍ରମିକଙ୍କ ପେନ୍‌ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ବଢିଲା ନିର୍ମାଣ ଶ୍ରମିକଙ୍କ ପେନସନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ମାଣ ଶ୍ରମିକଙ୍କ ପେନ୍‌ସନ ବୃଦ୍ଧି କରିଛନ୍ତି । ଏଣିକି ନିର୍ମାଣ ଶ୍ରମିକମାନେ ସର୍ବନିମ୍ନ ୧୦୦୦ ଟଙ୍କାର ପେନସନ ପାଇବେ । ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନସନ ପାଇବେ । ସେହିପରି ୮୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକମାନେ ୭୦୦ ଟଙ୍କା ପରିବେର୍ତ୍ତ ୧୨୦୦ ଟଙ୍କା ପାଇବେ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି । ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି ।

Middle post content

୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦

After 2nd paragraph post ads

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ । ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ । ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ । ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami