ବିଏସକେୱାଇ ନବୀନ କାର୍ଡ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର : ଆଜିଠୁ ମିଳିବ ବିଏସକେୱାଇ ନବୀନ କାର୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଓ ସମ୍ବଲପୁରର ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯିବ । ପରେ ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଏଥିରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇର ଏହି ତୃତୀୟ ପର୍ଯ୍ୟାୟରେ ଗ୍ରାମାଞ୍ଚଳ ଲୋକଙ୍କୁ ଜଟିଳ ରୋଗ ପାଇଁ ମିଳିବ ମାଗଣା ଚିକିତ୍ସା । ରାଜ୍ୟର ପ୍ରତି ବ୍ଲକସ୍ତରରେ ୧୦୦ଟି ଲେଖାଏଁ କାର୍ଡ ବଣ୍ଟାଯିବା ଲାଗି ବ୍ୟବସ୍ଥା ହୋଇଛି । ଏହି କାର୍ଡ ପାଇଁ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୮୧ ହଜାର ୪୮୧ ହିତାଧିକାରୀ ଆବେଦନ କରିଛନ୍ତି । ସେମାନଙ୍କ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି ।

ଉତ୍ତମ ଚିକିତ୍ସାରୁ କେହି ହେବେନି ବଞ୍ଚିତ

After 2nd paragraph post ads
Middle post content

ଡିଆରଡିଏ ଅଧିକାରୀ ଚୟନ ହୋଇଥିବା ହିତାଧିକାରୀଙ୍କ ପରିଚୟପତ୍ର ଯାଞ୍ଚ କରିବା ପରେ କାର୍ଡ ବଣ୍ଟନ କରାଯିବ । ଏହି କାର୍ଡ ଦ୍ୱାରା ତାଲିକାଭୁକ୍ତ ହୋଇଥିବା ଘରୋଇ ଚିକିତ୍ସାଳୟରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ରହିଛି । ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ବିଏସକେୱାଇ ନବୀନ କାର୍ଡ ମାଧ୍ୟମରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେୱାଇ ନବୀନ କାର୍ଡ ପାଇବେ । ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ । ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବାକୁ ଯାଉଛନ୍ତି । ଯାହାକି ରାଜ୍ୟ ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ।

୫ ବର୍ଷରେ ୨୧ ଲକ୍ଷ ରୋଗୀ ପାଇଛନ୍ତି ସୁବିଧା

ତୃତୀୟ ପର୍ଯ୍ୟାୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ପେଶାଲ ଡ୍ରାଇଭ୍ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଘୋଷଣା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ ସେମାନଙ୍କ ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍ଧ ଚିକିତ୍ସା ସୁବିଧା ମାଗଣାରେ ମିଳୁଛି । ଦ୍ୱିତୀୟ ପର୍ଯ୍ୟାୟରେ ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀ ଘରୋଇ ଚିକିତ୍ସାଳୟରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହି ଯୋଜନାରେ ପ୍ରତିମାସର ୪୫ ଲକ୍ଷରୁ ଅଧିକ ଲୋକଙ୍କୁ ବିଭିନ୍ନ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି । ଏଥିସହ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲରେ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ ବିଏସକେୱାଇରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami