ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହେଲା ବିଏସକେୱାଇ ନବୀନ କାର୍ଡ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ ଜରିଆରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ଅର୍ଥାଭାବରୁ ଯେପରି କେହି ଉତ୍ତମ ଚିକିତ୍ସାରୁ ବଞ୍ଚିତ ନ ହେବେ ସେଥିଲାଗି ଏହି ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପଯ୍ୟାୟରେ ବିଏସକେୱାଇରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ । ଏଥିସହିତ ରାଜ୍ୟ ଓ ରାଜ୍ୟ ବାହାରେ ସବୁ ପଞ୍ଜୀକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ ।

Middle post content

ବାଦ୍ ପଡ଼ିବେ ସରକାରୀ କର୍ମଚାରୀ ଓ ଆୟକରଦାତା

After 2nd paragraph post ads

କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତାମାନେ ଏହି ସୁବିଧାରୁ ବଞ୍ଚିତ ହେବେ । ସେମାନଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ ବିଏସକେୱାଇ ଯୋଜନା ଅଧୀନରେ ନାହାନ୍ତି, ସେମାନେ ଏହି ନୂଆ ଯୋଜନାରେ ସାମିଲ ହେବେ । ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର । ରାଜ୍ୟ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଏହି ସୁବିଧା ପାଇବେ । ସେମାନେ ସମସ୍ତେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ । ସେମାନେ ନୂଆ ବିଏସକେୱାଇ-ନବୀନ କାର୍ଡ ପାଇବେ । ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜୀକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ । ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ । ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା । ଯେଉଁଥିରେ ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami