ଆଜିଠୁ ଇକୋ-ରିଟ୍ରିଟ୍‌, ୪ଟି ସ୍ଥାନରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଚଳିତ ବର୍ଷର ବହୁପ୍ରତୀକ୍ଷିତ ଇକୋ-ରିଟ୍ରିଟ୍ । ପ୍ରକୃତି କୋଳରେ ଖେଳିବେ ପର୍ଯ୍ୟଟକ । ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ଦୁଃସାହସିକ ଜଳ କ୍ରୀଡ଼ାକୁ କରିବେ ଉପଭୋଗ । ସୁଦୀର୍ଘ ସମୁଦ୍ରର ବାଲୁକା ରାଶିରେ ଅତ୍ୟାଧୁନିକ କ୍ୟାମ୍ପ୍ ସହ ଷ୍ଟାର୍ ହୋଟେଲ ଖାଦ୍ୟର ନେବେ ମଜା । ଚଳିତ ଥର ୩ ମାସ ଧରି ୭ଟି ଜାଗାରେ ଏହା ଅନୁଷ୍ଠିତ ହେଉଛି । କୋରାପୁଟ, କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ ଓ ପାଟୀ ସୋନାପୁର ବେଳାଭୂମିରେ ପର୍ଯ୍ୟଟକ ନିଆରା ଅନୁଭୂତି ସାଉଁଟିବେ । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ, ଦାରିଙ୍ଗବାଡ଼ି, କୋରାପୁଟ (ପୁଟସିଲ୍‌) ଓ ସାତକୋଶିଆ ଆଦି ୪ଟି ସ୍ଥାନରେ ହେବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାସାଙ୍ଗରେ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିବେ ।

ଓଡ଼ିଶାର କଳା,ସଂସ୍କୃତିକୁ ଜାଣିବେ ବିଦେଶୀ ପର୍ଯ୍ୟଟକ

After 2nd paragraph post ads
Middle post content

ରାଜ୍ୟ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ହୋଇଥିବା ଏ ଉଦ୍ୟମରେ ପର୍ଯ୍ୟଟକମାନଙ୍କ ଲାଗି ସମସ୍ତ ପ୍ରକାରର ସୁବିଧା ଉପଲବ୍ଧ ରହିଛି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ବିଳାସପୂର୍ଣ୍ଣ କଟେଜ୍‌ରେ ଆରାମଦାୟକ ରହଣୀ ସାଙ୍ଗକୁ ସୁସ୍ୱାଦୁ ଖାଦ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନପ୍ରକାର ରୋମାଞ୍ଚକର କାର୍ଯ୍ୟକଳାପର ମଜା ନେଇପାରିବେ ପର୍ଯ୍ୟଟକ । ଏହାସହ ଦେଶବିଦେଶର ପର୍ଯ୍ୟଟକମାନେ ଓଡ଼ିଶାର କଳା, ସଂସ୍କୃତି, ନୃତ୍ୟ, ସଙ୍ଗୀତ ଓ ଖାଦ୍ୟାଭ୍ୟାସକୁ ଅତି ନିକଟରୁ ଜାଣିବାର ସୁଯୋଗ ପାଇବେ । ଟ୍ରେକିଂ, ଜଙ୍ଗଲ ସଫାରୀ ଅଲ୍ ଟେରେନ୍ ଭେଇକିଲ୍‌(ଏଟିଭି)ରେ ଜଙ୍ଗଲ ଓ ବେଳାଭୂମିରେ ବୁଲିବା, ରାଇଫଲ୍ ସୁଟିଂ, ଆର୍ଚେରୀ, ବିଚ୍ ଭଲିବଲ, ଜେଟ୍‌ସ୍କି, ବାନାନା ରାଇଡ୍‌, ସ୍ପିଡ୍ ବୋଟ୍‌, ପାରାସେଲିଂ, ଇ-ବାଇସାଇକଲ୍ ଆଦିର ଭରପୂର ମଜା ନେବାର ସୁଯୋଗ ବି ମିଳିବ ।

ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ

କେବଳ ସେତିକି ନୁହେଁ, ଗାଇଡେଡ୍ ଟୁର ସହ ଫରେଷ୍ଟ ଓ ନେଚର ଟ୍ରେଲ୍‌, ଭିଲେଜ୍ ୱାକ୍‌, ବାଲୁକା କଳା କର୍ମଶାଳା, ସମୁଦ୍ର ଓ ନଦୀଶଯ୍ୟାରେ ଯୋଗ ଏବଂ ଜୁମ୍ୱା କର୍ମଶାଳାକୁ ବି ଉପଭୋଗ କରିପାରିବେ ପର୍ଯ୍ୟଟକ । ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଆଗ୍ରହ ସୃଷ୍ଟି ହୋଇଥିବା ବେଳେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଇକୋ ରିଟ୍ରିଟ୍ ୱେବସାଇଟ୍‌କୁ ଯାଇ ଯେକୌଣସି ବ୍ୟକ୍ତି ବୁକିଂ କରିପାରିବେ । ଉଦ୍‌ଘାଟନୀ ଉତ୍ସବରେ ବିଭିନ୍ନ ସ୍ଥାନରେ ପର୍ଯ୍ୟଟନ ମନ୍ତ୍ରୀ, ବିଭାଗୀୟ ନିର୍ଦ୍ଦେଶକଙ୍କ ସମେତ ସ୍ଥାନୀୟ ଜିଲ୍ଲାପାଳ ଓ ଅଧିକାରୀମାନେ ଉପସ୍ଥିତ ରହିବେ । ଏହାର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୧ ତାରିଖରେ ସୋନାପୁର ଓ ଭିତରକନିକାରେ ଆରମ୍ଭ ହେବାକୁ ଥିବା ବେଳେ ଡିସେମ୍ବର ୧୫ରୁ ତୃତୀୟ ପର୍ଯ୍ୟାୟ ଅର୍ଥାତ୍ କୋଣାର୍କ ଇକୋ-ରିଟ୍ରିଟ୍ ଆରମ୍ଭ ହେବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami