କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ଆଜି କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ । ଇନଡୋର ଆଥଲେଟିକ୍ ଷ୍ଟାଡିୟମ ସହ ଇଣ୍ଡୋର ଡାଇଭିଂ ସେଣ୍ଟରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ବିଶ୍ୱକ୍ରୀଡ଼ାର ସବୁଠାରୁ ବଡ଼ ଇଭେଣ୍ଟ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛି ଓଡ଼ିଶା । ୨୦୩୬ ଅଲିମ୍ପିକ୍ସ ପାଇଁ ଭାରତ ଦାବିଦାର ଥିବା ବେଳେ ଓଡ଼ିଶା ହେବ ବଡ଼ ଭାଗୀଦାର । ଏଥିପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ।

Middle post content

ବର୍ଷ ତମାମ ଅଭ୍ୟାସ କରିବାର ସୁଯୋଗ ପାଇବେ ଖେଳାଳି

After 2nd paragraph post ads

ଏହି ଷ୍ଟାଡ଼ିୟମରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ହେବ ଟୁର୍ଣ୍ଣାମେଣ୍ଟ । ଆଥଲେଟିକର ବିକାଶ ଆହୁରି ତ୍ୱରାନ୍ୱିତ ହେବା ସହ ଖେଳାଳିମାନେ ବର୍ଷ ତମାମ ଅଭ୍ୟାସ କରିବାର ସୁଯୋଗ ପାଇବେ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ସ୍ତରର ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି । ଅତ୍ୟାଧୁନିକ ଜିମ୍ନାଷ୍ଟିକ ହଲ୍‌, ହାଇପରଫରମାନ୍ସ ସେଣ୍ଟର, ସ୍ପୋର୍ଟ୍ସ କ୍ଲାଇମିଂ ୱାଲ୍‌, ବ୍ୟାଡମିଣ୍ଟନ ଓ ହକି ଉତ୍କର୍ଷ କେନ୍ଦ୍ର, ଫିପା ମାନର ଫୁଟବଲ ଷ୍ଟାଡିୟମ, ସିନ୍ଥେଟିକ ଟ୍ରାକ୍‌, ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ର ଓ ସନ୍ତରଣାଗାର ଆଦି କ୍ରୀଡ଼ାକ୍ଷେତ୍ରକୁ ସମୃଦ୍ଧ କରିବା ସହ ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି । ବିଭିନ୍ନ ଅନ୍ତର୍ଜାତୀୟ ଓ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ କରି ଦକ୍ଷତା ପ୍ରତିପାଦନ କରିଛି ଓଡ଼ିଶା । ଏବେ ଏହି ତାଲିକାରେ ଯୋଡ଼ିହୋଇଛି ୧୨୦ କୋଟି ଟଙ୍କାରେ ନିର୍ମିତ ଇନଡୋର ଆଥଲେଟିକ୍ ଷ୍ଟାଡିୟମ । ଖେଳାଳିଙ୍କ ବିକାଶ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ଜାତୀୟ ତଥା ଅନ୍ତର୍ଜାତୀୟ ଆଥଲେଟିକ୍ ଇଭେଣ୍ଟବିନା ବାଧାରେ ଆୟୋଜନ ହୋଇପାରିବ ବୋଲି ଅଲିମ୍ପିଆନ ଓ କ୍ରୀଡ଼ା ସମୀକ୍ଷକ କହିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami