ଶୀଘ୍ର ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର,ସବୁ ବର୍ଗକୁ ଦେବ ପ୍ରାଧାନ୍ୟ

Above Post Content

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର । ଏଥିପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ମତାମତ ନିଆଯାଇଛି । ଶଙ୍ଖ ଭବନରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥର ନିର୍ବାଚନୀ ଇସ୍ତାହାରରେ ଛାତ୍ର ଓ ଯୁବକଙ୍କୁ ବିଜେଡି ପ୍ରାଥମିକତା ଦେବ ବିଜେଡ଼ି । ସେହିପରି ଚାଷୀ, ମହିଳା ବର୍ଗ ବିଜେଡି ଫୋକସରେ ରହିଛନ୍ତି । ଲୋକଙ୍କ ମୌଳିକ ଆବଶ୍ୟକତାକୁ ଫୋକସ ଦିଆଯାଇଥିବାବେଳେ ସେଥିରେ ରହିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ଗ୍ୟାରେଣ୍ଟି । ଏଥର ବି ଦଳ ନିର୍ବାଚନୀ ଇସ୍ତାହାରରେ ସବୁ ବର୍ଗକୁ ପ୍ରାଧାନ୍ୟ ଦେବ । ଖାସ୍ କରି ଛାତ୍ର ଇସ୍ତାହାର ଓ ଯୁବ ବଜେଟକୁ ଗୁରୁତ୍ୱ ଦେବ ବିଜେଡ଼ି ।

Middle post content

ସଶକ୍ତ ଓଡ଼ିଶା ନିର୍ମାଣକୁ ଯୁବବର୍ଗ ହିଁ ସାକାର କରିପାରିବେ

After 2nd paragraph post ads

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହି ଆସୁଛନ୍ତି, ଆଗାମୀ ୧୦ ବର୍ଷ ଯୁବ ବର୍ଗଙ୍କର ହେବ । ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶା ନିର୍ମାଣକୁ ଆମର ଯୁବ ଓ ଛାତ୍ର ସମାଜ ହିଁ ସାକାର କରିପାରିବେ । ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶାର ମୂଳଦୁଆ ସ୍ୱରୂପ ସରକାର ଏବେ ଠାରୁ ଯୁବ ଓ ଛାତ୍ର ସମାଜକୁ ଲକ୍ଷ୍ୟରେ ରଖି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ରାଜ୍ୟ ସରକାର ନିର୍ବାଚନୀ ଇସ୍ତାହାରରେ ବିଶେଷ ଗୁରୁତ୍ୱ ଦେବେ ବୋଲି ଆଶା କରାଯାଉଛି । ସୂଚନା ଅନୁସାରେ ଛାତ୍ର ଇସ୍ତାହାରରେ କ’ଣ ରହିବ, ସେ ନେଇ ବିଭିନ୍ନ ଜିଲ୍ଲାରୁ ଛାତ୍ରଛାତ୍ରୀଙ୍କ ମତାମତ ଅଣାଯାଇଛି । ସେହିପରି କୃଷି ବଜେଟ ପରି ଯୁବ ବଜେଟ ଆଣାଯିବ । ଦକ୍ଷତା ବିକାଶ ସହ ଯୁବକଙ୍କୁ ରୋଜଗାରକ୍ଷମ କରିବା ଲକ୍ଷ୍ୟ ନେଇ ଏହି ବଜେଟ ପ୍ରସ୍ତୁତ କରାଯିବ । ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ କ୍ୟାବିନେଟରେ ହିଁ ଛାତ୍ର ଇସ୍ତାହାର ଓ ଯୁବ ବଜେଟ ଉପରେ ମୋହର ମାରିବେ ନବୀନ । ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଥିବା ବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି କାମ ଆରମ୍ଭ କରି ଦେଇଛି । ଏ ସମସ୍ତ ନେତା ସମାଜର ବିଭିନ୍ନ କ୍ଷେତ୍ର, ବିଭିନ୍ନ ଅଞ୍ଚଳ, ବିଭିନ୍ନ ବର୍ଗର ଲୋକଙ୍କ ମତାମତ ନେଇ ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶା ଗଠନ ପାଇଁ ଆଲୋଚନା କରି ଦଳୀୟ ଇସ୍ତାହାର ପ୍ରସ୍ତୁତ କରୁଛନ୍ତି । ଚୂଡ଼ାନ୍ତ ରୂପରେଖରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହର ମାରିବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami