ମହିଳା ସଶକ୍ତିକରଣ ବିରୋଧୀ ପାଲଟିଛନ୍ତି ଧର୍ମେନ୍ଦ୍ର

Above Post Content

ଭୁବନେଶ୍ୱର : ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ ।ଏପ୍ରିଲ ୨୦୨୪ରେ ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର । ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ଚଳିତ ଏପ୍ରିଲ ମାସ ୨୪ ତାରିଖରେ ମା’ମାନଙ୍କର ଦୁବାଇ ଗସ୍ତ ଥିଲା । ଧର୍ମେନ୍ଦ୍ର ଇସିଆଇଙ୍କୁ ଚିଠି ଲେଖି ଏହି ଏକ୍ସପୋଜର ଭିଜିଟ ଉପରେ ରୋକ୍ ଲଗାଇଛନ୍ତି । ମାର୍ଚ୍ଚ ୨୭ରେ ପିଟିସନ ଦାଖଲ କରି ରୋକ ଲଗାଇଛନ୍ତି ଧର୍ମେନ୍ଦ୍ର । ମହିଳାଙ୍କ ପ୍ରଗତିରେ ରୋକ୍ ଲଗାଇବାକୁ ଚେଷ୍ଟା କରୁଛନ୍ତି । ସେ ମହିଳା ବିକାଶ, ମହିଳା ସଶକ୍ତିକରଣ ବିରୋଧୀ ପାଲଟିଛନ୍ତି ।

Middle post content

୭୦ ଲକ୍ଷ ମହିଳା ହୋଇଛନ୍ତି ସଶକ୍ତ

After 2nd paragraph post ads

ସମ୍ବଲପୁରର ବିଜେପି ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସାଂସଦ ନିର୍ବାଚିତ ହେଲେ ବୋଧହୁଏ ମିଶନ ଶକ୍ତି ବନ୍ଦ କରି ଦେବେ ବୋଲି ବିଜେଡି ଆଶଙ୍କା ପ୍ରକାଶ କରିଛି । କିନ୍ତୁ ମହିଳାଙ୍କ ଭିତରେ ଫାଟ ସୃଷ୍ଟି କରିବା ଚକ୍ରାନ୍ତରେ ସଫଳ ହେବେ ନାହିଁ ବୋଲି ବିଜେଡି ସାଂସଦ ସୁଲତା ଦେଓ କହିଛନ୍ତି । ୬ ଲକ୍ଷ ଏସଏଚଜି ଗଠନ ଦ୍ୱାରା ୭୦ ଲକ୍ଷ ମହିଳା ସଶକ୍ତ ହୋଇଛନ୍ତି । ମାଆମାନଙ୍କୁ ସଶକ୍ତ କରି ଉଦ୍ୟୋଗୀ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେଷ୍ଟା କରିଛନ୍ତି । ଅନ୍ତର୍ଜାତୀୟ ସ୍ତରରେ ମହିଳା ଜ୍ଞାନ ଆହରଣ କରିଛନ୍ତି । କିନ୍ତୁ ମହିଳାଙ୍କୁ ପୁଣି ଚାରିକାନ୍ଥରେ ଆବଦ୍ଧ ରଖି ଅନ୍ଧାରକୁ ଠେଲି ଦେବାକୁ ଚାହୁଁଛନ୍ତି ଧର୍ମେନ୍ଦ୍ର । ସେଥିପାଇଁ ଇସିଆଇକୁ ଚିଠି ଲେଖି ଏସଏଚଜି ମାଆମାନଙ୍କ ଦୁବାଇ ଗସ୍ତ ଉପ ଚଳିତ ନିର୍ବାଚନରେ ଓଡ଼ିଶାର ମା’ମାନେ ଉଚିତ ଜବାବ ଦେବେ ବୋଲି ବିଜେଡି କହିଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami