ବିକାଶ ଆଜି ଓଡିଶାର ନୂଆ ପରିଚୟ ହୋଇଛି

Above Post Content

ଚଣ୍ଡିଖୋଲ : ଆଜି ବିକାଶ ସାଜିଛି ନୂଆ ଓଡ଼ିଶାର ପରିଚୟ । ଚଣ୍ଡିଖୋଲ ସଭାରେ ଯୋଗଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଣ୍ଡିଖୋଲ ସମାବେଶରେ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି । ଯାହା ପାଇଁ ଭାରତ ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ଖୁବ୍‌ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି ।

Middle post content

କଳିଙ୍ଗ ନଗର ହୋଇପାରିଛି ଦେଶର ଷ୍ଟିଲ ହବ୍

After 2nd paragraph post ads

ଏଥି ସହିତ ପ୍ରଧାନମନ୍ତ୍ରୀ ଓଡିଶାର ବିକାଶକୁ ଗୁରୁତ୍ୱ ଦେଇଥିବାରୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ବିଜୁ ପଟ୍ଟନାୟକଙ୍କ ବିଷୟରେ କହିଥିଲେ । ଏହି ଅବସରରେ ତାଙ୍କୁ ଆଜି ତାଙ୍କ ଜନ୍ମ ଦିନରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କହିଛନ୍ତି ବିଜୁ ପଟ୍ଟନାୟକଙ୍କ ଦେଶ, ଏପରିକି ବିଦେଶର ସ୍ୱାଧିନତା ସଂଗ୍ରାମରେ ମଧ୍ୟ ନିଜର ଗୁରୁତ୍ୱପୁର୍ଣ୍ଣ ଅବଦାନ ରଖିଛନ୍ତି । ଓଡ଼ିଶାର ଉନ୍ନତି ଏବଂ ଓଡ଼ିଆ ଜାତିର ଉନ୍ନତି ପାଇଁ ସେ ସାରା ଜୀବନ କାମ କରି ଯାଇଛନ୍ତି । ୧୯୯୦ରେ ସେ କଳିଙ୍ଗ ନଗରକୁ ଇଣ୍ଡଷ୍ଟ୍ରିଆଲ୍ ହବ୍ କରିବା ପାଇଁ ବିଜୁ ବାବୁ ଚିନ୍ତା କରିଥିଲେ । ଆଜି କଳିଙ୍ଗ ନଗର ଦେଶର ଷ୍ଟିଲ ହବ୍ ହୋଇପାରିଛି । କେବଳ ଓଡ଼ିଶା ନୁହେଁ, ସାରା ଦେଶ ଏଥିରୁ ଲାଭ ପାଉଛି । ଏହା ସହ କହିଛନ୍ତି ଆଜି ଓଡିଶା ପୂର୍ବ ଭାରତର ଏକ ପ୍ରମୂଖ ଉତ୍ପାଦନ କେନ୍ଦ୍ର ହେବାକୁ ଯାଉଛି ।ଏହା ସହ କହିଛନ୍ତି, ମିଶନ ଶକ୍ତି ମା’ ମାନେ ଆଜି ଉଦ୍ୟୋଗୀ ହେବାକୁ ଆଗେଇ ଆସୁଛନ୍ତି । ପୁଞ୍ଜିନିବେଶ କ୍ଷେତ୍ରରେ ଓଡିଶା ଆଜି ଦେଶର ଦ୍ୱିତୀୟ ରାଜ୍ୟ ହୋଇପାରିଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଶୁଭେଚ୍ଛା ଓ ସହଯୋଗରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ସମଲେଇ ପ୍ରକଳ୍ପ ଲୋକାର୍ପିତ ହୋଇଛି । ମା’ ବିରଜାଙ୍କ ମନ୍ଦିରର ରୂପାନ୍ତର କାମ ଚାଲିଛି । ବିକାଶ ଆଜି ଓଡିଶାର ନୂଆ ପରିଚୟ ହୋଇଛି । ଆଗକୁ ଆହୁରି ଅନେକ କାମ କରିବାକୁ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami