ରାଜ୍ୟରେ କ୍ରିକେଟ ଖେଳର ବିକାଶ ନେଇ କଲେ ଆଲୋଚନା

Above Post Content

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ । ଓଡ଼ିଶା ଗସ୍ତ ଅବସରରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପୂର୍ବତନ କ୍ରିକେଟର ତଥା ଭାରତୀୟ କ୍ରିକେଟ ର ପୂର୍ବତନ ହେଡ୍ କୋଚ୍ ରବି ଶାସ୍ତ୍ରୀ । ରବି ଶାସ୍ତ୍ରୀଙ୍କୁ ଭେଟି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ଆଲୋଚନା କରିଥିଲେ ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ । ରାଜ୍ୟରେ କ୍ରିକେଟ ଖେଳର ବିକାଶ ନେଇ ରବି ଶାସ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ଓ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Middle post content

କ୍ରୀଡ଼ାର ବିକାଶ ନେଇ ଭିତ୍ତିଭୂମି ଗଠନକୁ ଉଚ୍ଚ ପ୍ରଶଂସା

After 2nd paragraph post ads

ଓଡ଼ିଶାରେ କ୍ରୀଡ଼ାର ବିକାଶ ନେଇ ଉନ୍ନତମାନର ଭିତ୍ତିଭୂମି ଗଠନକୁ ଉଚ୍ଚ ପ୍ରଶଂସା କରିଛନ୍ତି ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ । ଏଥିସହିତ ଓଡ଼ିଶାରେ ଉଚ୍ଚସ୍ତରର କ୍ରିକେଟ ଏକାଡେମୀ ଖୋଲିବା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କୋଚିଂ ବିୟଣ୍ଡ ସଂସ୍ଥା ସହ କଟକ ସ୍ଥିତ ଏମଜିଏମ ସ୍କୁଲ ଅଫ୍ ସ୍ପୋର୍ଟ୍ସ ସହ ଏମଓୟୁ ଅବସରରେ ଓଡ଼ିଶା ଆସିଛନ୍ତି ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami