ଗ୍ରାମ୍ୟ ସାଧନ କର୍ମୀମାନଙ୍କ ଦୈନିକ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ । ଏହାଦ୍ୱାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ ।

Middle post content

ପାରିଶ୍ରମିକ ବୃଦ୍ଧି ନେଇ ୫ଟି ଅଧ୍ୟକ୍ଷଙ୍କ ନିକଟରେ କରିଥିଲେ ଅନୁରୋଧ

After 2nd paragraph post ads

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ୱ ଓ ସ୍ୱଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା କରି ସ୍ୱଚ୍ଛତା ରକ୍ଷା କରିବାରେ ତାତ୍ପର୍ଯ୍ୟପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami