ଆଶାକର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

Above Post Content

ଭୁବନେଶ୍ୱର: ବଢିଲା ଆଶା କର୍ମୀଙ୍କ ଦରମା । ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୪ ହଜାର ୫୦୦ ଟଙ୍କାରୁ ୭ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ ଦଶମିକ ୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ ।

Middle post content

ଦରମା ବୃଦ୍ଧି ନେଇ ୫ଟି ଅଧ୍ୟକ୍ଷଙ୍କୁ ଜଣାଇଥିଲେ ଆଶା କର୍ମୀ

After 2nd paragraph post ads

ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଏହାଦ୍ୱାରା ରାଜ୍ୟର ୪୯ ହଜାର ୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮ଦଶମିକ ୫୭ କୋଟି ଟଙ୍କା ଖର୍ଚ୍ଚ କରିବେ । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଆଶା କର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି । ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami