ବିଶ୍ୱକପରେ ଭାରତର କ୍ରମାଗତ ଷଷ୍ଠ ବିଜୟ, ୧୦୦ ରନରେ ହାରିଲା ଇଂଲଣ୍ଡ

Above Post Content

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ଖେଳାଯାଉଥିବା ବିଶ୍ୱକପର ଏକ ମ୍ୟାଚରେ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପରେ ନିଜର ଜୟଯାତ୍ରା ଜାରି ରଖିଛି । ସେହିପରି ଇଂଲଣ୍ଡ କ୍ରମାଗତ ୪ର୍ଥ ପରାଜୟ ବରଣ କରିଛି । ଭାରତ ୬ଟି ମ୍ୟାଚରେ ବିଜୟ ସହ ୧୨ ପଏଣ୍ଟ ପାଇଁ ପଏଣ୍ଟଟେବୁଲର ଶୀର୍ଷରେ ପହଞ୍ଚିଛି । ଏହା ସହିତ ସେମିଫାଇନାଲ ଖେଳିବା ନିଶ୍ଚିତ କରିଛି । ଭାରତ ପକ୍ଷରୁ ଇଂଲଣ୍ଡ ଆଗରେ ୨୩୦ ରନର ଲକ୍ଷ୍ୟ ରଖିଥିବାବେଳେ ଇଂଲଣ୍ଡ ୩୪.୫ ଓଭରରେ ୧୨୯ ରନ କରି ଅଲଆଉଟ ହୋଇଯାଇଥିଲା । ଇଂଲଣ୍ଡର କୌଣସି ବ୍ୟାଟ୍ସମ୍ୟାନ ବଡ଼ ସ୍କୋର କରିପାରି ନ ଥିଲେ । କେବଳ ଲିଆମ ଲିଭିଙ୍ଗଷ୍ଟୋନ ସର୍ବାଧିକ ୨୭ ରନ କରିଥିବାବେଳେ ଆଉ କେହି ୨୦ ରନ ଟପି ପାରି ନ ଥିଲେ ।

Middle post content

୩ ବ୍ୟାଟ୍ସମ୍ୟାନ ବିପର୍ଯ୍ୟୟର ହୋଇଥିଲେ ସମ୍ମୁଖୀନ

After 2nd paragraph post ads

ଏହି ମ୍ୟାଚରେ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଭାରତକୁ ଆରମ୍ଭରୁ ତିନିଜଣ ତାରକା ବ୍ୟାଟ୍ସମ୍ୟାନ ଶୁଭମନ ଗିଲ୍‌, ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ୱିକେଟ୍ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଗିଲ୍ ୯ ରନ, କୋହଲି ୦ ଓ ଆୟର ୪ ରନ କରି ଆଉଟ ହୋଇଥିଲେ । ତେବେ ଗୋଟିଏ ପଟେ ୱିକେଟ ପଡ଼ିଚାଲିଥିବାବେଳେ ଅନ୍ୟପଟେ ଅଧିନାୟକ ରୋହିତ ଶର୍ମା ଲଢୁଆ ବ୍ୟାଟିଂ ଜାରି ରଖିଥିଲେ । ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ । ସେ କେଏଲ ରାହୁଲ ଓ ସୂର୍ଯ୍ୟକୁମାର ଯାଦବଙ୍କ ସହ ମିଶି ଉପଯୋଗୀ ପାର୍ଟନରସିପ କରିବା ସହ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ରୋହିତ ୮୭ ରନ କରି ଆଉଟ ହେବାସହ ଶତକରୁ ବଞ୍ଚିତ ହୋଇଥିବାବେଳେ ସୂର୍ଯ୍ୟ ୪୯ ରନ କରି ଆଉଟ ହୋଇ ଅର୍ଦ୍ଧଶତକରୁ ବଞ୍ଚିିତ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ୱିକେଟ ହରାଇ ୨୨୯ ରନ କରିଥିଲା । ଇଂଲଣ୍ଡ ପକ୍ଷରୁ ଡେଭିଡ ୱିଲି ୩ଟି ୱିକେଟ ନେଇଥିବାବେଳେ କ୍ରିସ ଓକସ ଓ ଆଦିଲ ରସିଦ ୨ଟି ଲେଖାଏଁ ୱିକେଟ ନେଇଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami