ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିଲେ ପ୍ରଚାର

Above Post Content

ବ୍ରହ୍ମପୁର : ଗଞ୍ଜାମରେ ବିଜେଡ଼ିର ବରିଷ୍ଠ ନେତା କାତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର । ଗଞ୍ଜାମର ବିଭିନ୍ନ ଅଞ୍ଚଳରେ ସେ ପ୍ରଚାର କରିଛନ୍ତି । ପ୍ରଚାର ସଭା ସହ ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପାଣ୍ଡିଆନ୍ । ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ ହୋଇଥିଲେ । ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ କରିଥିଲେ ।

Middle post content

କାଳବୈଶାଖୀ ସତ୍ତ୍ୱେ କରିଲେ ପ୍ରଚାର

After 2nd paragraph post ads

ସକାଳୁ ସକାଳୁ କାର୍ତ୍ତିକ ପାଣ୍ଡିଆନ୍ ଗୋପାଳପୁର ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ମନ୍ଦିରକୁ ଯାଇ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଧବଳେଶ୍ୱରରେ ଆଖପାଖ ଅଞ୍ଚଳର ଲୋକେ ପାଣ୍ଡିଆନଙ୍କୁ ଭବ୍ୟ ସ୍ୱାଗତ କରିଥିଲେ । ଗତ ସୋମବାର ପ୍ରଚଣ୍ଡ କାଳବୈଶାଖୀ ସତ୍ତ୍ୱେ ପାଣ୍ଡିଆନ ଗୋପାଳପୁରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ବିରାଟ ରୋଡ ଶୋ କରିଥିଲେ । ଗୋପାଳପୁର, ଲାଞ୍ଜିପଲ୍ଲୀ ଓ ଲୋଚାପଡ଼ାରେ ରୋଡ ଶୋ କରି ଗୋପାଳପୁର ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡା ଓ ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଭୋଟ ମାଗିଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami