ବସ୍ ଦୁର୍ଘଟଣାରେ ୫ ମୃତ : ଆହତଙ୍କୁ ଭେଟିଲେ ୫ଟି ଅଧ୍ୟକ୍ଷ

Above Post Content

କଟକ : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟୀ ବଜାର ନିକଟରେ ଗତ ସୋମବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଓଭରବ୍ରିଜ୍ ତଳକୁ ଏକ ବସ୍ ଖସିପଡ଼ିବାରୁ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ୪୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କୁ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥାକୁ ସୁନିଶ୍ଚିତ କରିଛନ୍ତି ରାଜ୍ୟ ସରକାର । ପ୍ରତି ମୃତକଙ୍କ ପରିବାରକୁ ନବୀନ ସରକାର ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା ବି କରିଛନ୍ତି ।

ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ୫ଟି ଅଧ୍ୟକ୍ଷ

After 2nd paragraph post ads
Middle post content

ଆଜି ଭୋରୁ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏସସିବି ମେଡିକାଲ କାଜୁଆଲଟିରେ ପହଞ୍ଚିଥିଲେ । ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । କାଜୁଆଲଟିରେ ବର୍ତ୍ତମାନ ୪୬ ଆହତ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ସମ୍ବେଦନଶୀଳ ଥିବାରୁ ସେମାନଙ୍କୁ ଟ୍ରମା ଆଇସିୟୁରେ ରଖାଯାଇଛି । ଅନ୍ୟ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଛି । ୫ଟି ଅଧ୍ୟକ୍ଷ ଆହତମାନଙ୍କୁ ଧୈର୍ଯ୍ୟ ଧରିବା ପାଇଁ କହିବା ସହିତ ଚିକିତ୍ସାରେ ନିୟୋଜିତ ଡାକ୍ତରୀ ଟିମଙ୍କୁ ଧନ୍ୟବାଦ ଜଣାଇଥିଲେ । ସମସ୍ତ ଆହତଙ୍କୁ ମାଗଣା ଚିକିତ୍ସା ସେବା ସହିତ ମେଡିସିନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ ନିର୍ଦେଶ ଦେଇଛନ୍ତି । ଏହି ସମୟରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, କଟକ ଜିଲ୍ଲାପାଳ ଅରବିନ୍ଦ ଡାକୁଆ, କଟକ ଡିସିପି ପ୍ରକାଶ ଆର, ପରିବହନ କମିଶନର ଅମିତାଭ ଠାକୁର, ଯାଜପୁର ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ, ଏସସିବି ଅଧିକ୍ଷକ ଡାକ୍ତର ସୁଧାଂଶୁ ଶେଖର ମିଶ୍ର, ପ୍ରଶାସନିକ ଅଧିକାରୀ ଅବିନାଶ ରାଉତ ଓ ଯାଜପୁର ଏସ.ପି ପ୍ରମୁଖ ଉପସ୍ଥିତ ଥିଲେ ।

ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା ବସ

ଏନ୍‌ଏଚ୍‌-୧୬ର ବାରବାଟୀ ଛକ ନିକଟରେ ଭାରସାମ୍ୟ ହରାଇ ଓଭରବ୍ରିଜ୍‌ରୁ ତଳକୁ ଖସି ପଡ଼ିଥିଲା ‘କାଳିଆନନା’ (ଓଡି-୦୨ବିଜେ ୮୫୯୯) ନାମକ ଏହି ଯାତ୍ରୀବାହୀ ବସ୍ । ବସ୍‌ଟି ପୁରୀରୁ ସୋମବାର ଅପରାହ୍ନ ୪ଟାରୁ ବାହାରିଥିଲା । ଏହା ପଶ୍ଚିମବଙ୍ଗର ହଳଦିଆ ଯିବାର ଥିଲା । ଏଥିରେ ୫୦ରୁ ଅଧିକ ଯାତ୍ରୀ ଥିଲେ । ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ରୁ ତଳକୁ ବସଟି ଖସି ପଡ଼ିଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଯାତ୍ରୀଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । ଖବର ପାଇ କୁଆଖିଆ ଓ ଧର୍ମଶାଳାର ପୋଲିସ, ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ । ୧୬ଟି ଆମ୍ବୁଲାନ୍‌ସ ପହଞ୍ଚି ଯାତ୍ରୀଙ୍କୁ ଧର୍ମଶାଳା ଡାକ୍ତରଖାନାକୁ ନେଇଥିଲେ । ପରେ ସମସ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami