ବଢ଼ିଲା ‘ମମତା’ ଯୋଜନା ସହାୟତା ରାଶି

Above Post Content

ଭୁବନେଶ୍ୱର: ବଢିଲା ‘ମମତା’ ଯୋଜନା ସହାୟତା ରାଶି । ଏଣିକି ଗର୍ଭବତୀ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା । ‘ମମତା’ ଯୋଜନା ସହାୟତା ରାଶି ଦୁଇ ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା । ଏବେ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ ।

ପ୍ରଥମ କିସ୍ତିରେ ୬ହଜାର, ଦ୍ୱିତୀୟ କିସ୍ତିରେ ୪ହଜାର ଟଙ୍କା

After 2nd paragraph post ads
Middle post content

ଚଳିତ ମାସ ୨୦ ରୁ ୨୫ତାରିଖ ମଧ୍ୟରେ ହିତାଧିକାରୀଙ୍କୁ ବକେୟା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ଗର୍ଭାବସ୍ଥାର ୬ ମାସ ପରେ ପ୍ରଥମ କିସ୍ତିରେ ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ୧୦ମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବ । ୧୯ ବର୍ଷରୁ ଊର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ । ଏହାସହ ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା’ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।

୨୦୧୧ରେ ଆରମ୍ଭ ହୋଇଥିଲା ମମତା ଯୋଜନା

ଓଡ଼ିଶାରେ ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟିହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ । ମମତା ଯୋଜନା ବେଶ୍ ଲୋକପ୍ରିୟ ହେବା ସହ ଏହାକୁ ଜାତୀୟସ୍ତରରେ ଏକ ମଡେଲ୍ ଭାବେ ଗ୍ରହଣ କରାଯାଇଛି । ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ଲକ୍ଷରୁ ଅଧିକ ଗର୍ଭବତୀ ଓ ପ୍ରସୂତି ଉପକୃତ ହୋଇସାରିଲେଣି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇଛି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମା’ମାନେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ‘ମମତା’ ଯୋଜନାର ସହାୟତା ରାଶି ପରିମାଣକୁ ବୃଦ୍ଧି କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami