ମିଶନ ଶକ୍ତି ମା’ଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ

Above Post Content

ଭୁବନେଶ୍ୱର: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ôଥକ ସହାୟତା ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Middle post content

୫ ବର୍ଷରେ ଯୋଗାଇ ଦିଆଯିବ ୭୫ ହଜାର କୋଟିର ଋଣ

After 2nd paragraph post ads

ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଛନ୍ତି, ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ । ମା’ ମାନଙ୍କର ଉନ୍ନତି ପାଇଁ ସରକାର ସବୁବେଳେ କାମ କରୁଛନ୍ତି । ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଭାଗୀ ହେଉଛନ୍ତି । ନୂଆ ଓ ଗଠନରେ ସାମିଲ ହୋଇଛନ୍ତି ମିଶନ ଶକ୍ତି ମା’ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami