ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ

Above Post Content

ଭୁବନେଶ୍ୱର : ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି । ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି ଦୁଇ ଜଣଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନକୁ ଆଧାର କରି ବାଚସ୍ପତି ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି ।

Middle post content

ବିଜେଡ଼ି ଛାଡ଼ି ବିଜେପିରେ ହୋଇଥିଲେ ସାମିଲ

After 2nd paragraph post ads

ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ ବିଜେଡି ଟିକେଟରୁ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଗତ କିଛି ଦିନ ତଳେ ଦୁଇ ଜଣ ବିଜେଡି ଛାଡି ଅନ୍ୟଦଳରେ ଯୋଗଦେଇଥିଲେ । ନିଜ ଆଡୁ ବିଜେଡି ଛାଡିବାରୁ ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପିଟିସନ ଦାଖଲ କରିଥିଲେ । ଦୁଇ ବିଧାୟକଙ୍କ ବିରୋଧରେ ମାର୍ଚ୍ଚ ୧୮ରେ ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ପିଟିସନ ଆଧାରରେ ମାର୍ଚ୍ଚ ୧୯ରେ ଦୁଇ ବିଧାୟକଙ୍କ ନିକଟରୁ ସ୍ପଷ୍ଟୀକରଣ ମଗାଯାଇଥିଲା । କିନ୍ତୁ ପିଟିସନର ଉତ୍ତର ଦେଇନଥିଲେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ । ଯାହା ଫଳରେ ଦୁଇ ବିଧାୟକଙ୍କୁ ଅପ୍ରେଲ ୧୦ ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଅପ୍ରେଲ ୨ ତାରିଖରେ ବାଚସ୍ପତି ଚିଠି କରିଥିଲେ । ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜ ପକ୍ଷ ରଖିଲେନି ଦୁଇ ବିଧାୟକ । ଫଳରେ ସରକାରୀ ମୁଖ୍ୟ ସଚେତକଙ୍କ ପିଟିସନ ଆଧାରରେ ଦୁଇ ବିଧାୟକ ନିଜ ଆଡୁ ବିଜେଡି ଛାଡିଥିବା ସ୍ପଷ୍ଟ ହୋଇଛି । ଯେଉଁଥି ପାଇଁ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି । ସମ୍ବିଧାନର ଦଶମ ପରିଚ୍ଛେଦ ଓ ଓଡିଶା ବିଧାନସଭାର ଦଳବଦଳ ଆଇନ ଆଧାରରେ ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହେବା ପରେ ଏବେ ଜୟଦେବ ଓ ତେଲକୋଇ ଆସନ ଖାଲି ପଡିଲା ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami