ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

Above Post Content

ଭୁବନେଶ୍ୱର : ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହାସହ ଏହି ଲୋକସଭା କ୍ଷେତ୍ର ଅଧିନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ । ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଗତକାଲିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami