ଆଉଟସୋର୍ସିଂ କର୍ମଚାରୀଙ୍କ ପାଇଁ ଖୁସିଖବର, ବଢିଲା ଦରମା

Above Post Content

ଭୁବନେଶ୍ୱର: ସର୍ଭିସ ପ୍ରୋଭାଇଡର ଏଜେନ୍ସି ଗୁଡିକ ଜରିଆରେ ବିଭିନ୍ନ ବିଭାଗରେ କାମ କରୁଥିବା ଆଉଟ ସୋର୍ସିଂ କର୍ମଚାରୀମାନଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବଢିବ । ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ ସ୍ଥିର କରାଯିବ । ଏଥି ସହ ପ୍ରତି ପାଞ୍ଚ ବର୍ଷ ର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ଟଙ୍କା ମିଳିବ । ସର୍ଭିସ ପ୍ରୋଭାଇଡର ଏଜେନ୍ସି ଦ୍ୱାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟ ସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି । ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ ।

ଅଭିଜ୍ଞତା ଭିତ୍ତିରେ ସ୍ଥିର ହେବ ପାରିଶ୍ରମିକ

After 2nd paragraph post ads
Middle post content

ଏହି ଆଉଟ ସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଥମରେ ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଉଟ ସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରଭାଇଡର ଏଜେନ୍ସି ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ ଓଡିଶା ଷ୍ଟେଟ ଆଉଟ ସୋର୍ସିଂ ଏମ୍ଲୋଇଜ ଓମବଡସମ୍ୟାନ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ । ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ ।

ଅଭିଯୋଗ ଶୁଣାଣି ପାଇଁ ନିୟୋଜିତ ହେବେ ନୋଡ଼ାଲ ଅଫିସର

ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ । ଆଉଟ ସୋର୍ସିଂ କର୍ମଚାରୀ ତଥା ସର୍ଭିସ ପ୍ରୋଭାଇଡର ଏଜେନ୍ସିଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜଣେ ନୋଡାଲ ଅଫିସର ରହିବେ । ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟ ସିଏମଜିଆଇ ଜରିଆରେ ଏକ ସଫର୍ଟୱେର ଆପ୍ଲିକିସନ ବିକଶିତ କରାଯିବ । ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ । ଯେଉଁ ଆଉଟସୋର୍ସିଂ କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ । ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରଭାଇଡିଂ ଏଜେନ୍ସି ମାନଙ୍କ ସହିତ ସପ୍ଲିମେଣ୍ଟାରି ଏଗ୍ରିମେଣ୍ଟ କରିବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami