ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ମିଳିବ ମାସକୁ ୨୫ ହଜାର ଅର୍ଥ ରାଶି

Above Post Content

ଭୁବନେଶ୍ୱର: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ୱିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର‌୍ୟ୍ୟ ଦ୍ୱାରା ଓଡ଼ିଶାର ଗୌରବ ବୃଦ୍ଧି କରିଛନ୍ତି ।

Middle post content

ଏପ୍ରିଲରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ

After 2nd paragraph post ads

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ୱୀକୃତି ସ୍ୱରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami