ମା’ ସମଲେଶ୍ୱରୀଙ୍କ ପୀଠରେ ପାନ, ଗୁଟଖା, ମାଦକ ଦ୍ରବ୍ୟ ଉପରେ ରୋକ୍

Above Post Content

ସମ୍ବଲପୁର :  ମା ସମଲେଶ୍ୱରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ , ପାନ ଗୁଟକା, ବିଡି, ସିଗାରେଟ ଆଦି ଦ୍ରବ୍ୟର ବ୍ୟବହାର ଉପରେ ରୋକ୍ ଲଗାଯାଇଛି । ଏନେଇ ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । କୌଣସି ପ୍ରକାର ମାଦକ ଦ୍ରବ୍ୟ ମନ୍ଦିର ପରିସର ଭିତରକୁ ନ ଆଣିବାକୁ ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଛି । ଏହି ନିଷ୍ପତ୍ତିକୁ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ।

Middle post content

ନ ମାନିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

After 2nd paragraph post ads

ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ କହିଛନ୍ତି ଯେ, ମନ୍ଦିର ପରିସରର ପବିତ୍ରତା ଓ ପରିଚ୍ଛନ୍ନତା ସମସ୍ତ ଭକ୍ତଙ୍କ ଦାୟିତ୍ୱ । ଏଣୁ ଟ୍ରଷ୍ଟ ବୋର୍ଡ ସମସ୍ତ ଭକ୍ତ ତଥା ପୂଜକ ଓ କର୍ମଚାରୀ ମାନଙ୍କୁ ଅପିଲ କରିଛନ୍ତି କି ମାଦକ ଦ୍ରବ୍ୟର ବ୍ୟବହାର ନିଜେ ନ କରିବା ସହ ଅନ୍ୟମାନଙ୍କୁ ମଧ୍ୟ ଏନେଇ ସଚେତନ କରନ୍ତୁ । ଏଥିସହିତ ମାଦକ ଦ୍ରବ୍ୟ ସେବନ କରି ମନ୍ଦିର ପରିସରରେ ଧରାପଡ଼ିଲେ ୫୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ଟ୍ରଷ୍ଟ ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami