ବଢିଲା ପଞ୍ଚାୟତ ପ୍ରତିନିଧିଙ୍କ ପାରିତୋଷିକ

Above Post Content

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ କରିଥିଲେ । ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହେଉଥିଲା । ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ । ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପାମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ । ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ ।

ଏଣିକି ଜିଲ୍ଲା ପରିଷଦ ସଭାପତିମାନେ ପାଇବେ ମାସିକ ପାଇବେ ୩୦ ହଜାର

After 2nd paragraph post ads
Middle post content

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ । ସେମାନଙ୍କ ଦୈନିକ ଭତ୍ତା ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି । ସେମାନଙ୍କ ଭତ୍ତା ମଧ୍ୟ ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ । ସେମାନଙ୍କ ଦୈନିକ ଭତ୍ତା ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ସରପଞ୍ଚ ପାଇବେ ୧୦ ହଜାର ଟଙ୍କା

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ । ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ । ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଉପାଧକ୍ଷ ,ପଞ୍ଚାୟତ ସମିତି ସଭ୍ୟ , ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami