ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଲା ପତଞ୍ଜଳି

Above Post Content

ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସର୍ତ୍ତମୂଳକ ଭାବେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ । ଏଥିସହ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ମଧ୍ୟ ଦାଖଲ କରିଛି । ଅବମାନନା ନୋଟିସର ଜବାବ ନ ଦେଇଥିବାରୁ ଉଭୟ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ଏପ୍ରିଲ ୨ ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ମାନ୍ୟବର ସୁପ୍ରିମକୋର୍ଟ । ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି ।

Middle post content

ଆସନ୍ତା ୨ରେ ବାବା ରାମଦେବଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

After 2nd paragraph post ads

ସୂଚନା ଅନୁସାରେ, ରୋଗର ଚିକିତ୍ସା ଉପରେ ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଲକ୍ରିଷ୍ଣାଙ୍କୁ ଅବମାନନା ନୋଟିସ୍ ପଠାଇ ଜବାବ ମାଗିଥିଲେ, ଯାହାର ଉତ୍ତର କମ୍ପାନି ତରଫରୁ ଦିଆଯାଇ ନ ଥିଲା । ଯେଉଁଥିପାଇଁ ମାନ୍ୟବର ସୁପ୍ରିମକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରି ଗତ ମାର୍ଚ୍ଚ ୧୯ ତାରିଖରେ ଆୟୁର୍ବେଦିକ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ଯୋଗ ଗୁରୁ ରାମଦେବଙ୍କୁ ପରବର୍ତ୍ତୀ ଶୁଣାଣି ଅର୍ଥାତ୍ ଏପ୍ରିଲ ୨ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami