ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

Above Post Content

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହାପରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ପ୍ରଦାନ କରିବେ । ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱର ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ଯ୍ୟନ୍ତ ମୁତୟନ ହେବେ ୧୫ ପ୍ଲାଟୁନ ଫୋର୍ସ । ଡିସିପି ଓ ୫ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ ।

Middle post content

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

After 2nd paragraph post ads

୧୦ ଜଣ ଏସିପି ୧୯ ଇନ୍ସପେକ୍ଟର ୬୯ ଜଣ ଏସଆଇ ଓ ଏଏସଆଇ ସୁରକ୍ଷା ଦାୟିତ୍ୱରେ ରହିବେ । ସେହିଭଳି ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୬ କନଷ୍ଟେବଲ ଓ ୧୧ ଜଣ ହାବିଲଦାର ରହିବେ । ୫୦ ଜଣ ବନ୍ଧୁକ ଧାରୀ ପୋଲିସ ଏୟାରପୋର୍ଟ ବାହାରେ ସୁରକ୍ଷା ଦାୟିତ୍ୱରେ ରହିବେ । ସେହିପରି ସଭାସ୍ଥଳ ଓ ହେଲିପ୍ୟାଡ଼ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ୩୨୦୦ରୁ ଅଧିକ ପୋଲିସ ମୁତୟନ ହୋଇଛନ୍ତି । ବମ୍ ସ୍କ୍ୱାଡ୍ ସଭାସ୍ଥଳ ସ୍ଥିତି ଯାଞ୍ଚ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami