ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ, ଏକାଧିକ କାର୍ଯ୍ୟକ୍ରମରେ ଦେବେ ଯୋଗ

Above Post Content

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଅଳଙ୍କୃତ କରିବାର ଦୀର୍ଘ ୧୮ ମାସ ପରେ ଦ୍ୱିତୀୟ ଥର ପାଇଁ ଆଜି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି । ସେଥିପାଇଁ ସମଗ୍ର ମୟୂରଭଞ୍ଜ ଜିଲ୍ଲା ଚଳଚଞ୍ଚଳ ହୋଇ ଉଠିଛି । ବାରିପଦା ସମେତ କୁଳିଅଣା, ରାଇରଙ୍ଗପୁର, ପାହାଡ଼ପୁର ଓ ବାଦାମପାହାଡ଼ ଆଦି ସ୍ଥାନରେ ପ୍ରସ୍ତୁତି ସରିଛି । ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ମେ ୪, ୫ ଓ ୬ତାରିଖରେ ଗସ୍ତରେ ଆସିଥିଲେ । ଏଥିପରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦ୍ୱିତୀୟ ଥର ମୟୂରଭଞ୍ଜକୁ ଆସୁଛନ୍ତି । ଏହି ଗସ୍ତ କାଳରେ ସେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ । ବାରିପଦା, ରାଇରଂଗପୁର, ପାହାଡ଼ପୁର, ବାଦାମପାହାଡ଼, ସମ୍ବଲପୁର ଓ ବୁର୍ଲାରେ ଆୟୋଜିତ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ପାହାଡପୁର ଗ୍ରାମବାସୀ କରିବେ ସ୍ୱାଗତ

After 2nd paragraph post ads

ମହାମହିମ ଦ୍ରୌପଦୀ ମୁର୍ମୁ ଆଜି ବାରିପଦାଠାରେ ପୂର୍ବାହ୍ନ ୧୧ଟା ୨୫ରୁ ଅପରାହ୍ନ ୧୨ଟା ୨୫ ପର୍ଯ୍ୟନ୍ତ ଆୟୋଜିତ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ । ଏହା ପରେ ସେ ଅପରାହ୍ନ ୨ଟା ୩୫ରୁ ୩ଟା ୧୫ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ । ସେହିପରି ରାଷ୍ଟ୍ରପତିଙ୍କୁ ମୟୂରଭଞ୍ଜର ପାହାଡପୁର ଗ୍ରାମବାସୀ ପୂର୍ବାହ୍ନ ୮ଟା ୧୫ରୁ ୯ଟା ୧୫ ମଧ୍ୟରେ ସ୍ୱାଗତ କରିବେ । ସେଠାରେ ରାଷ୍ଟ୍ରପତି ସ୍ୱର୍ଗତ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ । ପରେ ସେ ପ୍ରୟାସ ଟ୍ରଷ୍ଟ ଦ୍ୱାରା ନିର୍ମିତ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବେ । ସକାଳ ୮ଟା ୫୦ରୁ ୯ଟା ୧୫ ମଧ୍ୟରେ ଏସ୍‌ଏଲଏସ୍ ମେମୋରିଆଲ ଆବାସିକ ସ୍କୁଲ ପରିସରରେ ସମାଧୀ ସ୍ଥଳକୁ ଯିବେ । ସେଠାରେ ଏସ୍‌ଏଲଏସ୍ ଟ୍ରଷ୍ଟ ସ୍କୁଲର ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ସଂପର୍କୀୟଙ୍କୁ ସମ୍ବୋଧିତ କରିବେ ।

Middle post content

ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ କରିବେ ଯାତ୍ରା

ରାଷ୍ଟ୍ରପତି ଏହି ଦିନ ସକାଳ ୯ଟା ୧୫ରୁ ୧୦ଟା ୪୫ ଭିତରେ ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ । ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ । ରାଷ୍ଟ୍ରପତିଙ୍କ ଦ୍ୱାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ କରାଯିବ । ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ । ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ । ସେ ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୨୫ ଭିତରେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ ।

ମା’ ସମଲେଶ୍ୱରୀ ମନ୍ଦିରରେ କରିବେ ପୂଜାର୍ଚ୍ଚନା

ମଙ୍ଗଳବାର ଅପରାହ୍ନ ୪ଟା ୩୦ରୁ ୫ଟା ୩୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ । ଏହା ପୂର୍ବରୁ ସେ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ । ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ୱରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ । ଆସନ୍ତା ୨୨ ତାରିଖ ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା ୨୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ୱାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami