କେତେ କମିଲା ପେଟ୍ରୋଲ ଡ଼ିଜେଲ ଦର ଜାଣନ୍ତୁ

Above Post Content

ଭୁବନେଶ୍ୱର: ଆଜି ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରକାଶ ପାଇଛି । ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ସ୍ଥିର ହୋଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ରେ ୮ ପଇସା କମିଥିବା ପରିଲକ୍ଷିତ ହୋଇଛି । ଆଜି ପେଟ୍ରୋଲ ଦାମ୍ ୮ ପଇସା କମି ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮ ପଇସା କମି ୯୪ ଟଙ୍କା ୬୮ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୮୬ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୪୬ ପଇସା ରହିଛି ।

After 2nd paragraph post ads

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍‌

Middle post content

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଏସଏମଏସ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତିଦିନ ସକାଳ ଛଅଟାରେ ପରିବର୍ତ୍ତନ ହୁଏ ମୂଲ୍ୟ

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami