ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

Above Post Content

ସମ୍ବଲପୁର: ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ଦ୍ଧାରିତ ସମୟରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଯଜ୍ଞସ୍ଥଳରେ ପହଞ୍ଚିଥିଲେ । ହୋମଯଜ୍ଞ ସାଙ୍ଗକୁ ଚଣ୍ଡୀପାଠ ଆରମ୍ଭ ହୋଇଥିବାବେଳେ ମନ୍ତ୍ରଧ୍ୱନିରେ ସାରା ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସକାଳ ୯ ଟା ରୁ ଦିନ ୨ ଟା ପର୍ଯ୍ୟନ୍ତ ସମଲେଇ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି ।

ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ ଏହି ପ୍ରକଳ୍ପ

After 2nd paragraph post ads
Middle post content

ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି । ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି । ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି । ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ ।

୨ ଶହ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ପ୍ରକଳ୍ପ

ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଉପସ୍ଥିତ ରହିଥିଲେ । ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ବ୍ୟାଟେରି ଗାଡ଼ିରେ ବସି ପ୍ରକଳ୍ପ ବୁଲି ଦେଖିଛନ୍ତି । ଗତକାଲି ପୀଠରେ କଳସ ଯାତ୍ରା ହୋଇଥିବାବେଳେ, ଆଜିଠାରୁ ସମଲେଶ୍ୱରୀ ମନ୍ଦିର ପରିସରରେ ଥିବା ଯଜ୍ଞ କୁଣ୍ଡରେ ହୋମ ଯଜ୍ଞ କରାଯାଇଥିଲା । ସନ୍ଧ୍ୟାରେ ମହାନଦୀ କୂଳରେ ମହାନଦୀ ଘାଟରେ ସନ୍ଧ୍ୟା ଆଳତି କରାଯିବ । ମା’ ସମଲେଇ ପୀଠର ବିକାଶ ପାଇଁ ୪୦ ଏକର ଜମିରେ ନିର୍ମାଣ ହୋଇଛି ଏହି ପ୍ରକଳ୍ପ । ପ୍ରାୟ ୨ ଶହ କୋଟି ଟଙ୍କା ଖର୍ଚ୍ଚରେ ତିଆରି କରାଯାଇଛି । ଏହା ମଧ୍ୟରେ ଯାତ୍ରୀ ନିବାସ, ଶୌଚାଳୟ, ଯାତ୍ରୀ ପ୍ରତିକ୍ଷାଳୟ ରହିଛି । ଭୋଗମଣ୍ଡପ, ପୁରୋହିତଙ୍କ ବିଶ୍ରାମଗୃହ, ମନ୍ଦିରର ୪ ପାର୍ଶ୍ୱରେ ଐତିହ୍ୟ ଦ୍ୱାର ରହିଛି । ଶ୍ରଦ୍ଧାଳୁମାନେ ପୀଠର ମୁଖ୍ୟ ଦ୍ୱାର ଦେଇ ପ୍ରବେଶ କରିବେ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଏକା ସାଙ୍ଗରେ ୬ ହଜାର ଦୀପ ଜଳିବାର ବ୍ୟବସ୍ଥା କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami