ଶ୍ରୀଜଗନ୍ନାଥ ଏକ୍ସପ୍ରେସରେ ମାଆମାନେ ଦେବେ ଅଧା ଟିକଟ ମୂଲ୍ୟ

Above Post Content

ଭୁବନେଶ୍ୱର: ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଗଡ଼ିବ । ଏହି ବସ ସେବା ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ । ଲକ୍ଷ୍ମୀ ବସ୍ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍ ମାତ୍ର ୫ ଟଙ୍କା ରହିଛି । ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Middle post content

୧୨ ଜିଲ୍ଲାରୁ ଆରମ୍ଭ ହୋଇଛି ଏହି ସେବା

After 2nd paragraph post ads

ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍ ସେବା ଆରମ୍ଭ ହୋଇଛି । ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ଏହି ଯୋଜନାରେ ଚଳାଚଳ କରିବ । ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ସେବା ଆରମ୍ଭ ହୋଇଛି । ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami