ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି: ବନ୍ଦ ରହିବ ସାଧାରଣ ଦର୍ଶନ ବନ୍ଦ

Above Post Content

ପୁରୀ: ଆଜି ମାର୍ଗଶିର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Middle post content

ଆଜି ଆସିବ ପୋଢୁଆଁ ଭାର

After 2nd paragraph post ads

ଏଣେ ନିଆଳିରୁ ଶ୍ରୀମନ୍ଦିରକୁ ପୋଢୁଆଁ ଭାର ଆସିବ । ନିଆଳିର ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜାଙ୍କ ପାଇଁ ନବବସ୍ତ୍ର ଓ ଅଷ୍ଟମୀଭାର ଆସିବ । ଏବେ ମାଧବାନନ୍ଦଜୀଉ ମନ୍ଦିରରେ ପୂଜାର୍ଚ୍ଚନା ଚାଲିଛି । ଆଉ କିଛି ସମୟ ମଧ୍ୟରେ ପୋଢୁଆଁ ଭାର ଶ୍ରୀମନ୍ଦିର ଅଭିମୁଖେ ବାହାରିବ । ନିଆଳି ସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଜଗନ୍ନାଥଙ୍କ ମାମୁଁଘର । ସେଥିପାଇଁ କଟକ ଜିଲ୍ଲା ନିଆଳି ମାଧବାନନ୍ଦଜୀଉ ମନ୍ଦିର ଚଳଚଞ୍ଚଳ ହୋଇଉଠିଛି । ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳିଆ ଠାକୁର ପୋଢୁଆଁ ହେବେ । ମହାପ୍ରଭୁ ପିନ୍ଧିବେ ନୂଆବସ୍ତ୍ର, ଲାଗିହେବ ସ୍ୱତନ୍ତ୍ର ଭୋଗ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami