ଉର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର

Above Post Content

ଭୁବନେଶ୍ୱର: ଉର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ବଢାଇଛନ୍ତି ରାଜ୍ୟ ସରକାର । ଏଣିକି ଊର୍ଦ୍ଧୁ ଶିକ୍ଷକମାନେ ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Middle post content

ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶିକ୍ଷକ

After 2nd paragraph post ads

୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami