୨୪ରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ

Above Post Content

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ପରେ ସବୁ ରାଜନୈତିକ ଦଳ ତତ୍ପର ହୋଇ ଉଠିବା ସହ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଜିଲାର ସଂସଦୀୟ କ୍ଷେତ୍ରର ସମୀକ୍ଷା କରୁଛନ୍ତି । ଅନ୍ୟ ସଂଗଠନଗୁଡିକରେ ବି ନିର୍ବାଚନ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏହି କ୍ରମରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଶଙ୍ଖ ଭବନଠାରେ ଛାତ୍ର ବିଜେଡିର ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହେବ । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ତ୍ୱାବଧାନରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଆସନ୍ତା ନିର୍ବାଚନରେ ଛାତ୍ର ବିଜେଡିର ଭୂମିକା ସଂପର୍କରେ ବିସ୍ତୃତ ଆଲୋଚନା କରାଯିବା ସହ ରୋଡମ୍ୟାପ ପ୍ରସ୍ତୁତ କରାଯିବ ।

Middle post content

ବିଜେଡିକୁ ସୁଦୃଢ଼ କରିବା ନେଇ ଦିଆଯିବ ଗୁରୁମନ୍ତ୍ର

After 2nd paragraph post ads

ବିଜେଡି ରାଜ୍ୟ ସଭାପତି ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବେ । ତୃଣମୂଳ ସ୍ତରରୁ ବିଜେଡିକୁ ସୁଦୃଢ଼ କରିବା ସହ ଦଳ କିପରି ବିପୁଳ ମାତ୍ରାରେ ବିଜୟ ଲାଭ କରିବ ଓ ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରାଯିବ ସେ ନେଇ ଗୁରୁମନ୍ତ୍ର ପ୍ରଦାନ କରାଯିବ । ବିଜୁ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତା ସୋସିଆଲ ମିଡିଆରେ କିପରି ଅଧିକ କ୍ରିୟାଶୀଳ ହେବେ ସେ ନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ସମସ୍ତ ଜିଲ୍ଲା ସଭାପତି, ଜୋନ ସଭାପତି ଓ ରାଜ୍ୟ କର୍ମକର୍ତ୍ତାଙ୍କ ସମେତ ସମସ୍ତ ଛାତ୍ର ବିଜେଡି କର୍ମକର୍ତ୍ତା ଉପସ୍ଥିତ ରହିବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami