ପୁଅ ପାଇଁ ଭୋଟ ମାଗିଲେ ସୁର ରାଉତରାୟ, ବିଜେଡ଼ିକୁ କଲେ ପ୍ରଶଂସା

Above Post Content

ଭୁବନେଶ୍ୱର : ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ଭୋଟ ମାଗିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ତାଙ୍କ ପୁଅ ମନ୍ମଥ ରାଉତରାୟ ଭୁବନେଶ୍ୱର ଲୋକସଭା ପାଇଁ ପ୍ରାର୍ଥୀ ହୋଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି । ନିକଟରେ ଏକ ସଭାରେ ବିଧାୟକ ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିବା ସହ ବିଜେଡିର ଖୁବ୍ ପ୍ରଶଂସା କରିଥିଲେ । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି ।

Middle post content

ଡବଲ ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ କହିଥିଲେ ସୁର

After 2nd paragraph post ads

ଉତ୍ତର ଭୁବନେଶ୍ୱରରେ ଏକ କ୍ରିକେଟ ମ୍ୟାଚ୍ କାର୍ଯ୍ୟକ୍ରମରେ ବିଧାୟକ ସୁର ରାଉତରାୟ ଅତିଥି ଭାବେ ଯୋଗ ଦେଇଥିଲେ । ସେଠାରେ ସ୍ଥାନୀୟ ବିଜେଡି ବିଧାୟକ ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ଥିଲେ । ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ବେଶ୍ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ । ଉତ୍ତର ଭୁବନେଶ୍ୱରରେ ଗତ ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି । ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି । ଏଥର ସୁଶାନ୍ତ ହିଁ ଜିତିବେ ବୋଲି ଦୃଢ଼ୋକ୍ତି ସହ କହିଥିଲେ । ଖାଲି ଏତିକି ନୁହେଁ, ନିଜ ପୁଅ ମନ୍ମଥଙ୍କୁ ବିଜେଡିରୁ ଅଫର ଦିଆଯାଇଛି । ଜଗନ୍ନାଥ ବଡ଼ ସୁଯୋଗ ଦେଇଛନ୍ତି, ମାଡ଼ି ଚାଲ ବୋଲି ମନ୍ମଥଙ୍କୁ କହିଥିଲେ । ତାଙ୍କ ପୁଅ ମନ୍ମଥ ଓ ସୁଶାନ୍ତ ରାଉତଙ୍କୁ ଡବଲ ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ କହିଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି । ସୁରଙ୍କ ଏଭଳି ଭିଡିଓକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ସେ ଯିଏ ହୁଅନ୍ତୁନା କାହିଁକି ଦଳର ଶୃଙ୍ଖଳା ଭଙ୍ଗ କଲେ କାର୍ଯ୍ୟାନୁଷ୍ଠାନ ହେବ । ବିଜେଡି ପାଇଁ ଭୋଟ୍ ମାଗିବାର ଏହି ଭିଡିଓକୁ ସୁର ଅସ୍ୱୀକାର କରିଛନ୍ତି । ସେ କହିଛନ୍ତି ଦଳ ନୁହେଁ, ଖେଳ ମିଟିଂକୁ ଯାଇଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami